ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ସୁଶାନ୍ତ ସିଂ ରାଜପୁତଙ୍କ ହତ୍ୟାର କ୍ଲୋଜର ରିପୋର୍ଟ ଦାଖଲ କଲା ସିବିଆଇ

0

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ୨ଟି ମାମଲାକୁ ଶନିବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିଛି। ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ୪ ବର୍ଷ ପରେ ସିବିଆଇ ଦାଖଲ କରିଛି କ୍ଲୋଜର ରିପୋର୍ଟ। ମୁମ୍ବାଇ କୋର୍ଟରେ କ୍ଲୋଜର ରିପୋର୍ଟ ଦାଖଲ କରିଛି ସିବିଆଇ। ଏହି ହାଇପ୍ରୋଫାଇଲ ମାମଲାକୁ ନେଇ ଶନିବାର ସିବିଆଇ ନିଜର କ୍ଲୋଜର ରିପୋର୍ଟ ମୁମ୍ବାଇସ୍ଥିତ ଏକ ଅଦାଲତରେ ଦାଖଲ କରିଛି। ଆତ୍ମହତ୍ୟା ପାଇଁ ସୁଶାନ୍ତଙ୍କ ଉପରେ କୌଣସି ଚାପ ପ୍ରୟୋଗ କରାଯାଇ ନାହିଁ ବୋଲି ଏହି ରିପୋର୍ଟରେ କୁହାଯାଇଛି।

ସୂଚନାମୁତାବକ, ସୁଶାନ୍ତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାରକୁ କ୍ଲିନଚିଟ୍ ଦେଇଛି ସିବିଆଇ। ସୁଶାନ୍ତଙ୍କ ମୃତ୍ୟୁ ପାଇଁ କେହି ଦାୟୀ ନୁହଁନ୍ତି ବୋଲି କ୍ଲୋଜର ରିପୋର୍ଟରେ ଉଲ୍ଲେଖ ହୋଇଛି। ସୁଶାନ୍ତଙ୍କ ବାପା ରିୟାଙ୍କ ଉପରେ ଲଗାଇଥିବା ଆରୋପ ଏବଂ ରିୟାଙ୍କ ପକ୍ଷରୁ ସୁଶାନ୍ତଙ୍କ ପରିବାର ଉପରେ ହୋଇଥିବା ଅଭିଯୋଗ, ଦୁଇଟି ଯାକ ମାମଲାରେ କ୍ଲୋଜର ରିପୋର୍ଟ ଦାଖଲ କରାଯାଇଛି।
ତେବେ ସୁଶାନ୍ତଙ୍କ ପରିବାର ପକ୍ଷରୁ କୋର୍ଟରେ ପ୍ରୋଟେଷ୍ଟ ପିଟିସନ୍‌‌ ଦାଖଲ କରାଯାଇପାରିବ ବୋଲି କୁହାଯାଇଛି।

ମୁମ୍ବାଇ ବାନ୍ଦ୍ରାସ୍ଥିତ ଘରେ ଝୁଲନ୍ତା ଅବସ୍ଥାରେ ୧୪ ଜୁନ ୨୦୨୦ରେ ସୁଶାନ୍ତଙ୍କ ମୃତଦେହ ମିଳିଥିଲା। ତେବେ ତାଙ୍କ ପାଖରୁ କୌଣସି ସୁସାଇଡ୍ ନୋଟ୍ ମିଳିନଥିଲା। ସୁଶାନ୍ତଙ୍କ ମୃତ୍ୟୁ ଆତ୍ମହତ୍ୟା ଜନିତ ବୋଲି ମୁମ୍ବାଇ ପୋଲିସ ତାର ପ୍ରାଥମିକ ରିପୋର୍ଟରେ ଦର୍ଶାଇଥିଲା। ଘରେ ଜୋର ଜବରଦସ୍ତ କେହି ପଶିଥିବା ନେଇ ତଦନ୍ତ ବେଳେ ସୁରାକ ପାଇନଥିଲା ପୋଲିସ। ତେଣୁ ଆତ୍ମହତ୍ୟା ପଛରେ ମାନସିକ ଚାପ ହୋଇଥାଇପାରେ ବୋଲି ଅନୁମାନ କରିଥିଲା ପୋଲିସ। ପରେ ସୁଶାନ୍ତଙ୍କ ପରିବାର ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଏବଂ ଅନ୍ୟମାନଙ୍କ ନାଁରେ ପାଟନା କୋର୍ଟରେ ଏଫଆଇଆର ଦାଖଲ କରିଥିଲେ।

Leave A Reply

Your email address will not be published.