ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ବହି ଗୋଦାମରେ ଅଗ୍ନିକାଣ୍ଡ, ୨ ଆହତ

0

ଜଗତସିଂହପୁର: ଜଗତସିଂହପୁର ଜନତା କୋଠି ଛକରେ ଥିବା ବହି ଗୋଦାମରେ ବିସ୍ଫୋରଣ ହେବା ସହ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବହି ଏବଂ ପାଠ୍ୟ ଉପକରଣ ପୋଡ଼ି ପାଉଁଶ ହୋଇଯାଇଛି। ଅନ୍ୟପକ୍ଷେ ନିଆଁରେ ୩ଜଣ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଜଗତସିଂହପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରେ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ପୋଲିସ ସୂଚନା ଅନୁସାରେ, ଏକ ଜୋରଦାର ବିସ୍ଫୋରଣ ଶୁଣି ସ୍ଥାନୀୟ ଲୋକମାନେ ପୋଲିସକୁ ଖବର ଦେଇଥିଲେ। ବାଲିକୁଦାରୁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲୀ ବେଳେ ଦୁଇ ଜଣଙ୍କୁ ଉଦ୍ଧାର କରିଥିଲେ। ଗୁରୁତର ଦୁଇ ଜଣଙ୍କୁ ପ୍ରଥମେ ଜଗତସିଂପୁର ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଏବଂ ପରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ବିସ୍ଫୋରଣ ଏତେ ଜୋର ଥିଲା ଯେ, ଗୋଦାମ ଘର କାନ୍ଥ ଫାଟିଯାଇଛି। ହେଲ ବିସ୍ଫୋରଣର କାରଣ ଜଣାପଡି ନାହିଁ। ବାଲିକୁଦା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.