ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ବହି ଗୋଦାମରେ ଅଗ୍ନିକାଣ୍ଡ, ୨ ଆହତ

0

ଜଗତସିଂହପୁର: ଜଗତସିଂହପୁର ଜନତା କୋଠି ଛକରେ ଥିବା ବହି ଗୋଦାମରେ ବିସ୍ଫୋରଣ ହେବା ସହ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବହି ଏବଂ ପାଠ୍ୟ ଉପକରଣ ପୋଡ଼ି ପାଉଁଶ ହୋଇଯାଇଛି। ଅନ୍ୟପକ୍ଷେ ନିଆଁରେ ୩ଜଣ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଜଗତସିଂହପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରେ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ପୋଲିସ ସୂଚନା ଅନୁସାରେ, ଏକ ଜୋରଦାର ବିସ୍ଫୋରଣ ଶୁଣି ସ୍ଥାନୀୟ ଲୋକମାନେ ପୋଲିସକୁ ଖବର ଦେଇଥିଲେ। ବାଲିକୁଦାରୁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲୀ ବେଳେ ଦୁଇ ଜଣଙ୍କୁ ଉଦ୍ଧାର କରିଥିଲେ। ଗୁରୁତର ଦୁଇ ଜଣଙ୍କୁ ପ୍ରଥମେ ଜଗତସିଂପୁର ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଏବଂ ପରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ବିସ୍ଫୋରଣ ଏତେ ଜୋର ଥିଲା ଯେ, ଗୋଦାମ ଘର କାନ୍ଥ ଫାଟିଯାଇଛି। ହେଲ ବିସ୍ଫୋରଣର କାରଣ ଜଣାପଡି ନାହିଁ। ବାଲିକୁଦା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.