ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି

0

ନୟାଗଡ଼: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲାପାଳ ଓ ଏସ୍‌ପି। ଗସ୍ତ ସମୟରେ ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବେ ମହାମହିମ।
ସୂଚନା ମୁତାବକ, ରାଷ୍ଟ୍ରପତି ଆସନ୍ତାକାଲି ମଧ୍ୟାହ୍ନ ସାଢେ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ଏବଂ ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ଗସ୍ତ କରିବେ। ସେଠାରେ ପୂଜା କରିବା ପରେ ଅନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ ମହାମହିମ ଦ୍ରୌପଦି ମୁର୍ମୁ। କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ପରେ ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ କାଳିଆପଲ୍ଲୀ ଗ୍ରାମରେ ଶବର ରାଜା ବିଶ୍ବାବସୁଙ୍କ ପୀଠ ପରିଦର୍ଶନ କରିବା ସହ ବିଶ୍ବଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ଯୋଗଦେବେ। ଶେଷରେ ବିଶ୍ବାବସୁ ଶବର ସମାଜ ଦ୍ବାରା ଆୟୋଜିତ ସାଧାରଣ ସଭାରେ ଯୋଗଦେବେ।

ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲାପାଳ ଓ ଏସ୍‌ପି। ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯିବା ସହ କାରକେଡ ବ୍ୟବସ୍ଥା କଡାକଡି କରାଯାଇଛି। ତେବେ ନୟାଗଡ଼ ଜିଲ୍ଲାକୁ ରାଷ୍ଟ୍ରପତିଙ୍କର ଏହା ପ୍ରଥମ ଗସ୍ତ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଖୁବ୍ ଉତ୍ସାହ ପରିଲକ୍ଷିତ ହୋଇଛି।

Leave A Reply

Your email address will not be published.