କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଟାଉନ ଥାନା ନରଣପୁର ଗାଁରେ ଅଘଟଣ। ପୋଖରୀରେ ବୁଡି ଜଣେ ନାବାଳକର ମୃତ୍ୟୁ ହୋଇଛି। ମୃତ ନାବାଳକ ଜଣକ ଟାଙ୍ଗରିଆପାଳ ଅଞ୍ଚଳର ସମୀର ବେହେରା (୧୬) ବୋଲି ଜଣାପଡିଛି। ସେ ୧୦ମ ଶ୍ରେଣୀରେ ପଢ଼ୁଥିଲେ। ତାଙ୍କ ଘର୍ ଦୈତାରୀ ଥାନା ଟାଙ୍ଗିରିଆ ପାଳ ଗ୍ରାମରେ ବୋଲି ଜଣାପଡ଼ିଛି। ପୋଖରୀରେ ଗାଧୋଉଥିବା ବେଳେ ହଠାତ ପାଣିରେ ବୁଡ଼ି ଯାଇ ନିଖୋଜ ହୋଇ ଯାଇଥିଲା। ଖବର ପାଇ ଘଟଣା ସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ସର୍ଚ୍ଚ ଅପରେଶନ ଚଳାଇଥିଲେ। ପରେ ଅପରାହ୍ନ ପ୍ରାୟ ୧.୩୦ରେ ମୃତଦେହ ଉଦ୍ଧାର ହୋଇଥିଲା।
ସୂଚନାଯୋଗ୍ୟ; ସମୀର ତାଙ୍କ ଘର ଲୋକଙ୍କ ସହିତ କେନ୍ଦୁଝର ନରଣପୁର ରତ୍ନାସାହିରେ ରହୁଥିବା ଭଉଣୀଙ୍କ ଘରକୁ ଆସିଥିଲେ। ରବିବାର ସକାଳେ ସେ ଗାଁ ପାଖରେ ଥିବା ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ପୋଖରୀରେ ଗାଧୋଇବା ବେଳେ ହଠାତ ପାଣିରେ ବୁଡ଼ି ଯାଇ ନିଖୋଜ ହୋଇ ଯାଇଥିଲେ ବୋଲି ସ୍ଥାନୀୟ ଲୋକ କହିଛନ୍ତି। ଏହାପରେ ଲୋକେ ତୁରନ୍ତ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଏହି ଘଟଣାକୁ ନେଇ ଉକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇ ତଦନ୍ତ ଆରମ୍ଭ କରିଛି।
ପ୍ରମୁଖ ଖବର
୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍ ୱାର୍ଡେନ୍ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ