କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଟାଉନ ଥାନା ନରଣପୁର ଗାଁରେ ଅଘଟଣ। ପୋଖରୀରେ ବୁଡି ଜଣେ ନାବାଳକର ମୃତ୍ୟୁ ହୋଇଛି। ମୃତ ନାବାଳକ ଜଣକ ଟାଙ୍ଗରିଆପାଳ ଅଞ୍ଚଳର ସମୀର ବେହେରା (୧୬) ବୋଲି ଜଣାପଡିଛି। ସେ ୧୦ମ ଶ୍ରେଣୀରେ ପଢ଼ୁଥିଲେ। ତାଙ୍କ ଘର୍ ଦୈତାରୀ ଥାନା ଟାଙ୍ଗିରିଆ ପାଳ ଗ୍ରାମରେ ବୋଲି ଜଣାପଡ଼ିଛି। ପୋଖରୀରେ ଗାଧୋଉଥିବା ବେଳେ ହଠାତ ପାଣିରେ ବୁଡ଼ି ଯାଇ ନିଖୋଜ ହୋଇ ଯାଇଥିଲା। ଖବର ପାଇ ଘଟଣା ସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ସର୍ଚ୍ଚ ଅପରେଶନ ଚଳାଇଥିଲେ। ପରେ ଅପରାହ୍ନ ପ୍ରାୟ ୧.୩୦ରେ ମୃତଦେହ ଉଦ୍ଧାର ହୋଇଥିଲା।
ସୂଚନାଯୋଗ୍ୟ; ସମୀର ତାଙ୍କ ଘର ଲୋକଙ୍କ ସହିତ କେନ୍ଦୁଝର ନରଣପୁର ରତ୍ନାସାହିରେ ରହୁଥିବା ଭଉଣୀଙ୍କ ଘରକୁ ଆସିଥିଲେ। ରବିବାର ସକାଳେ ସେ ଗାଁ ପାଖରେ ଥିବା ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ପୋଖରୀରେ ଗାଧୋଇବା ବେଳେ ହଠାତ ପାଣିରେ ବୁଡ଼ି ଯାଇ ନିଖୋଜ ହୋଇ ଯାଇଥିଲେ ବୋଲି ସ୍ଥାନୀୟ ଲୋକ କହିଛନ୍ତି। ଏହାପରେ ଲୋକେ ତୁରନ୍ତ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଏହି ଘଟଣାକୁ ନେଇ ଉକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇ ତଦନ୍ତ ଆରମ୍ଭ କରିଛି।
ପ୍ରମୁଖ ଖବର
ପ୍ରତିରକ୍ଷା କ୍ଷେତ୍ରରେ ୨.୧୨ ଲକ୍ଷ କୋଟିର କ୍ରୟ ପ୍ରସ୍ତାବକୁ ମଞ୍ଜୁରି
ଆର୍ଜି କର ମାମଲା: ସିବିଆଇ ବିରୋଧୀ ଅଭିଯାନରୁ ଦୂରେଇଲେ ପୀଡ଼ିତାଙ୍କ ମା’
ମୋଦୀଙ୍କ ପିତାଙ୍କୁ ନେଇ ଟିପ୍ପଣୀ ପ୍ରସଙ୍ଗ: କଂଗ୍ରେସକୁ ଟାର୍ଗେଟ୍ କଲେ ବିଜେପି ଅଧ୍ୟକ୍ଷ
ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ: ପୀୟୂଷ ଗୋୟଲ
ଏଣିକି E100 ଇନ୍ଧନରେ ଚାଲିବ ଗାଡ଼ି! ନିୟମରେ ସଂଶୋଧନ କଲେ କେନ୍ଦ୍ର ସରକାର
ନର୍ଥ ବ୍ଲକ୍ରେ ଅଗ୍ନିକାଣ୍ଡ, ନିଆଁ ଲିଭାଇଲେ ଅଗ୍ନିଶମ କର୍ମଚାରୀ
ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ ଅର୍ଣ୍ଣବ ‘