ଗଜପତି: ଗଜପତି ଜିଲ୍ଲା ରାମଗିରି ଅଞ୍ଚଳରେ ସାମ୍ନାକୁ ଆସିଛି ଏକ ଦୁଃଖଦ ଘଟଣା। ରାମଗିରି ନିକଟ ତୁଳସୀନଗରରେ ରବିବାର ଛତୁଆ ଖାଇ ୨ ଜଣ ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏଠି ସହିତ ପରିବାରର ଅନ୍ୟ ୨ ଜଣ ଗୁରୁତର ଅଛନ୍ତି। ମୃତକମାନେ ହେଲେ ଦୁଇ ଭଉଣୀ ତୁଳସୀ ବଡମୁଣ୍ଡି(୬)ଏବଂ ଗୁଣବତୀ ବଡମୁଣ୍ଡି (୩) ମୃତ୍ୟୁ ବରଣ କରିଥିବା ବେଳେ ବାପା ଏବଂ ବଡ ଭଉଣୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।
ଅଭିଯୋଗ ଅନୁସାରେ ରାମଗିରି ନିକଟ ତୁଳସୀନଗରରେ ଏକ ପରିବାରର ଲୋକେ ଅଙ୍ଗନବାଡ଼ି ଛତୁଆ ଖାଇଥିଲେ। ଛତୁଆ ଖାଇଲା ପରେ ସେମାନେ ଅସୁସ୍ଥ ହୋଇପଡିଥିଲେ। ବାପା ଅର୍ଜୁନ ଓ ବଡ଼ ଝିଅ ସୁମିତ୍ରା ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଶୁକ୍ରବାର ରାମଗିରି ହାଟପଦା ଅଙ୍ଗନବାଡ଼ିରୁ ମିଳିଥିବା ଛତୁଆ ଖାଇଥିବା ଅଭିଯୋଗ ହୋଇଛି। ଖବର ପାଇବା ପରେ ସ୍ଥାନୀୟ ଆଶା ଦିଦି ଶାନ୍ତିଲତା ବଡମୁଣ୍ଡି ସେମାନଙ୍କୁ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ସମ୍ପୃକ୍ତ ଆଶା ଦିଦି ହିଁ ଛତୁଆ ଖାଇ ଦୁଇଜଣ ମୃତ୍ୟୁ ବରଣ କରିଥିବା ସୂଚନା ଦେଇଛନ୍ତି। ପୁଲିସ ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି। ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି। ତେବେ ଶିଶୁକନ୍ୟାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ି ନାହିଁ
ପ୍ରମୁଖ ଖବର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍ ଡ୍ରଗ୍ ଟେଷ୍ଟରେ ପଜିଟିଭ୍
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ