ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଚା’ ଦୋକାନକୁ ମାଡ଼ିଗଲା ହାଇୱା, ୩ ମୃତ

0

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା କେ. ବଲାଙ୍ଗ ଥାନା ଅଧୀନ ଜାମୁଡିହି ଟୋଲଗେଟ୍‌ ନିକଟକରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ହାଇଓ୍ବା ଭାରସାମ୍ୟ ହରାଇ ଏକ ଚା’ଦୋକାନ ଭିତରକୁ ମାଡି ଯିବାଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ସମେତ ୩ଜଣଙ୍କ ମୃତ୍ୟୁ ଘଟିଛି।

ମୃତକଙ୍କ ମଧ୍ୟରେ ଚା ଦୋକାନ ମାଲିକ ସମ୍ବାରୀ ମୁଣ୍ଡାରୀ ଏବଂ ଅନ୍ୟ ଟ୍ରକଗୁଡ଼ିକର ଡ୍ରାଇଭରମାନେ ଅଛନ୍ତି। ସନ୍ଧ୍ୟା ପ୍ରାୟ ୭ଟା ବେଳେ କେ ବଲଙ୍ଗା ପୋଲିସ ସୀମା ଅନ୍ତର୍ଗତ ଜାମୁଡିହି ଟୋଲଗେଟ୍ ନିକଟରେ ଘଟିଥିଲା। ଏହି ଦୁର୍ଘଟଣାରେ ସମ୍ବାରୀଙ୍କ ସ୍ୱାମୀ ଏବଂ ଜଣେ ୧୪ ବର୍ଷୀୟା ଝିଅ ମଧ୍ୟ ଗୁରୁତର ଆହତ ହୋଇଛନ୍ତି।

ସୂଚନା ପାଇ ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିବା ସହ କ୍ଷତିଗ୍ରସ୍ତ ଚା ଦୋକାନରୁ ମୃତଦେହ ବାହାର କରି ପୋଷ୍ଟମର୍ଟମ ପାଇଁ ପଠାଇଛି। ହାଇୱା ମାଡ଼ିଯିବା ଫଳରେ ଚା’ ଦୋକାନ ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଥିବାବେଳେ ଦୁର୍ଘଟଣାସ୍ଥଳରେ ଆଉ କିଛି ଫସି ରହିଥିବା ସନ୍ଦେହ କରାଯାଉଛି। ପୁଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ସୂଚନା ମିଳିଛି। ଭଗ୍ନାବଶେଷ ତଳେ ଫସି ରହିଥିବା ଅନ୍ୟମାନଙ୍କୁ ଏକ କ୍ରେନ୍ ସାହାଯ୍ୟରେ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ରାଉରକେଲାର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ତେବେ ଟ୍ରକଟିକୁ ଜବତ କରାଯାଇଥିଲା ବେଳେ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ସେନେଇ ତଦନ୍ତ ଚାଲିଛି।

Leave A Reply

Your email address will not be published.