ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଭକ୍ତ-ତାରା-ମୋକିମଙ୍କୁ ଉଠାଇ ନେଲା ପୋଲିସ

0

ଭୁବନେଶ୍ବର: ରାଜଧାନୀ ରାଜରାସ୍ତାରେ ଉଗ୍ର ରୂପ ଧାରଣ କରିଛି କଂଗ୍ରେସ। ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ହଜାର ହଜାର କଂଗ୍ରେସ ନେତା ଓ କର୍ମୀ ବିଧାନସଭା ଘେରାଉ ପାଇଁ ପଦଯାତ୍ରା କରିଛନ୍ତି। କଂଗ୍ରେସର ବିଧାନସଭା ଘେରାଉବେଳେ ଲୋୟର ପିଏମଜି ପାଲଟିଛି ରଣକ୍ଷେତ୍ର। କଂଗ୍ରେସ କର୍ମୀ ବ୍ୟାରିକେଡ୍ ଭାଙ୍ଗିବା ସହ ପୁଲିସ ସହ ଧସ୍ତାଧସ୍ତି ହୋଇଥିବା ଦେଖିବାକୁ ମିଳିଛି। ବ୍ୟାରିକେଡ୍ ଭାଙ୍ଗି ଆଗକୁ ଯିବାକୁ ଉଦ୍ୟମ କରିଛନ୍ତି କଂଗ୍ରେସ ନେତା ଓ କର୍ମୀ। କଂଗ୍ରେସ କର୍ମୀଙ୍କୁ ରୋକିବାକୁ ପୁଲିସକୁ ନାକେଦମ୍‌ ହେବାକୁ ପଡିଥିଲା।

ସ୍ଥିତି ନିୟନ୍ତ୍ରଣ ବାହାରକୁ ଯାଉଥିବା ଦେଖି ପୋଲିସ ପ୍ରଥମେ ପାଣି ମାଡ଼ ଓ ପରେ ଭିଡ଼ ହଟାଇବାକୁ ଟିୟର ଗ୍ୟାସ୍ ମାଡ଼ କରିଥିଲା। ଏହାପରେ ବି କଂଗ୍ରେସ କର୍ମୀଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହେବାରୁ ପୋଲିସ ଆନ୍ଦୋଳନକାରୀଙ୍କ ଉପରେ ଲାଠି ମାଡ଼ କରିଥିଲା। ଆନ୍ଦୋଳନକାରୀ କଂଗ୍ରେସ କର୍ମୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିଲା ପୋଲିସ। ଶେଷରେ ପୋଲିସ ଆନ୍ଦୋଳନର ନେତୃତ୍ବ ନେଉଥିବା ପିସିସି ସଭାପତି ଭକ୍ତ ଦାସ, ବରିଷ୍ଠ କଂଗ୍ରେସ ନେତା ତାରା ବାହିନୀପତି, ମହମ୍ମଦ ମୋକିମଙ୍କ ସମେତ ଅନ୍ୟ କିଛି ନେତାଙ୍କୁ ଆନ୍ଦୋଳନ ସ୍ଥଳରୁ ଉଠାଇ ନେଇଛି।

Leave A Reply

Your email address will not be published.