ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ରଣକ୍ଷେତ୍ର ପାଲଟିଲା ଲୋୟର ପିଏମ୍‌ଜି

0

ଭୁବନେଶ୍ବର: ଶକ୍ତି ପ୍ରଦର୍ଶନ କରିଛି କଂଗ୍ରେସ। ରଣକ୍ଷେତ୍ର ପାଲଟିଲା ଲୋୟର ପିଏମ୍‌ଜି। ଭୁବନେଶ୍ୱର ଲୋୟର ପିଏମଜିରେ ଲାଠିଚାର୍ଜ। ନାରୀ ସୁରକ୍ଷା ପ୍ରସଙ୍ଗକୁ ନେଇ ସରକାରକୁ ଘେରିଛନ୍ତି କଂଗ୍ରେସ କର୍ମୀ। କଂଗ୍ରେସ କର୍ମୀ ଓ ପୋଲିସ ମୁହାଁମୁହିଁ ପରିସ୍ଥିତି ହୋଇଛନ୍ତି। ବ୍ୟାରିକେଡ ଭାଙ୍ଗି ଧସେଇ ପଶିବାକୁ ଉଦ୍ୟମ କରୁଛନ୍ତି କଂଗ୍ରେସ କର୍ମୀ। ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ପୋଲିସ ଛାଉଣୀ ହୋଇଛି। ଧସ୍ତାଧସ୍ତିରେ କିଛି ପୋଲିସକର୍ମୀ ଆହତ ହୋଇଥିବା ସୂଚନା ମିଳିଛି।

ଏହି ସମୟରେ କଂଗ୍ରେସ କର୍ମୀଙ୍କୁ ପୋଲିସ ଲାଠିଚାର୍ଜ କରିଛି। ବ୍ୟାରିକେଡ ଭାଙ୍ଗିବା ବେଳେ ଲାଠିଚାର୍ଜ ହୋଇଛି। ଲାଠିଚାର୍ଜବେଳେ ଚେୟାର ଫୋପାଡ଼ିଛନ୍ତି କଂଗ୍ରେସ କର୍ମୀ। ପୋଲିସ ଉପରକୁ ଟେକାପଥର ଓ ଟମାଟୋ ମାଡ଼ କରିଛି କଂଗ୍ରେସ। ପୋଲିସର ଶେଷ ବି ବ୍ୟାରିକେଡ ଭାଙ୍ଗିବାକୁ କଂଗ୍ରେସ ଚେଷ୍ଟା କରିଛି। ଯାହାଦ୍ୱାରା ବିଧାନସଭା ଘେରାଉ କରିପାରିବ।

ଲୋୟର ପିଏମଜିରେ ମୁହାଁମୁହିଁ ହେଲେ ପୋଲିସ ଓ କଂଗ୍ରେସ କର୍ମୀ। ପରିସ୍ଥିତି ଅଣାୟତ୍ତ ହେବାରୁ ଲାଠିଚାର୍ଜ କଲା ପୋଲିସ। ପୋଲିସ ଉପରକୁ କଂଗ୍ରେସକର୍ମୀଙ୍କୁ ପଥରମାଡ଼। ଚେୟାର ସହ ବୋତଲ ଫିଙ୍ଗିଲେ କର୍ମୀ। ଲୋୟର ପିଏମଜିରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କଂଗ୍ରେସ କର୍ମୀଙ୍କୁ ଘଉଡ଼ାଇବାକୁ ପାଣିମାଡ଼ କରୁଛି ପୋଲିସ। ପୋଲିସ୍‌ଙ୍କ ଉପରକୁ କର୍ମୀ ଫିଙ୍ଗିଲେ ଢ଼େଲା ଏବଂ ଚେୟାର।

Leave A Reply

Your email address will not be published.