ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

୨ ବର୍ଷରେ ୪୫ କୋଟି ୪୬ ଲକ୍ଷ କ୍ଷତି ସହିଲାଣି ଓଏସ୍ଆରଟିସି

0

ଭୁବନେଶ୍ବର: ଆୟଠୁ ବ୍ୟୟ ବଢ଼ି ଯାଉଛି, କ୍ଷତିରେ ଚାଲୁଛି ଓଏସ୍ଆରଟିସି। ଦୁଇ ବର୍ଷରେ ଓଏସ୍ଆରଟିସି କ୍ଷତି କଲାଣି ୪୫ କୋଟି ୪୬ ଲକ୍ଷ ଟଙ୍କା। ଗୁରୁବାର ବିଧାନସଭାରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା।

ମନ୍ତ୍ରୀ କହିଛନ୍ତି, ୨୦୨୨-୨୩ ଆର୍ଥିକ ବର୍ଷରେ ୧୮ କୋଟି ୮୩ ଲକ୍ଷ ଟଙ୍କା କ୍ଷତି ହୋଇଥିବାବେଳେ ୨୦୨୩-୨୪ ଆର୍ଥିକ ବର୍ଷରେ ୨୬ କୋଟି ୬୨ ଲକ୍ଷ ଟଙ୍କା କ୍ଷତି ହୋଇଛି। ସେହିପରି ୨୦୨୨-୨୩ରେ ୧୪୫ କୋଟି ଟଙ୍କା ଆୟ ହୋଇଥିବାବେଳେ ବ୍ୟୟ ହୋଇଛି ୧୬୪ କୋଟି ୧୨ ଲକ୍ଷ ଟଙ୍କା।

ମନ୍ତ୍ରୀ କହିଛନ୍ତି, ପରିବହନ ବିଭାଗର ୧୦୯ ସରକାରୀ ବସ୍‌ ଅଚଳ ହୋଇ ପଡ଼ିରହିଛି। ବିଗତ ୧୦ ବର୍ଷରେ ୫୪୦ଟି ବସ୍‌ କିଣିଥିଲା ପରିବହନ ବିଭାଗ। ସେଥିରୁ ୧୦୯ଟି ବସ ଯାନ୍ତ୍ରିକ ତ୍ରୁଟି ପାଇଁ ଅଚଳ ହୋଇପଡ଼ିଛି। ସେଥିପାଇଁ କୌଣସି ବିଭାଗୀୟ ଅଧିକାରୀ ଦାୟୀ ନୁହଁନ୍ତି ବୋଲି ବିଧାନସଭାରେ ଲିଖିତ ଉତ୍ତର ରଖିଲେ ପରିବହନ ମନ୍ତ୍ରୀ। ତେବେ ସବୁଠୁ ଆଶ୍ଚର୍ଯ୍ୟର କଥା ହେଲା କିଛି ବସ୍‌ କେବଳ ଶୀତ ତାପ ନିୟନ୍ତ୍ରଣ ବ୍ୟବସ୍ଥା ମରାମତି ପାଇଁ ବର୍ଷ ବର୍ଷ ଧରି ପଡ଼ି ରହିଛି।

Leave A Reply

Your email address will not be published.