ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ରାଜ୍ୟରେ ହିଟ୍‌ୱେଭ ଜାରି: ୪୨ ଟପିଲା ଝାରସୁଗୁଡ଼ା

0

ଭୁବନେଶ୍ବର: ରାଜ୍ୟର କ୍ରମାଗତ ଭାବେ ବିଭିନ୍ନ ସ୍ଥାନର ତାପମାତ୍ରା ବଢୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଝାରସୁଗୁଡାରେ ୪୨ଡ଼ିଗ୍ରୀ ଅତିକ୍ରମ କରିଛି ତାତି । ଆଜି ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡା ୪୨.୨ ଡ଼ିଗ୍ରୀ, ସମ୍ବଲପୁର ୪୧.୬, ରାଉରକେଲା ୪୦.୨ ଡ଼ିଗ୍ରୀ, ହୀରାକୁଦ ୪୦ ଡ଼ିଗ୍ରୀ, ଚାନ୍ଦବାଲି ୩୯.୮ ଡ଼ିଗ୍ରୀ, ଭୁବନେଶ୍ୱରରେ ୩୯.୮ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ସୂଚନା ଯୋଗ୍ୟ, ଗୁରୁବାର ଝାରସୁଗୁଡ଼ାରେ ତାପମାତ୍ରା ସର୍ବାଧିକ ୪୧.୪ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ ହୋଇଥିଲା। ଏହା ତଳକୁ ବଲାଙ୍ଗୀରରେ ୪୦.୮ ଡିଗ୍ରୀ, ବୌଦ୍ଧରେ ୪୦.୫ ଡିଗ୍ରୀ, ସୋନପୁରରେ ୪୦.୨ ଡିଗ୍ରୀ, ହୀରାକୁଦରେ ୪୦.୧ ଡିଗ୍ରୀ ତାପମାତ୍ରା ରହିଥିଲା। ତେବେ ଆସନ୍ତା ୩ଦିନ ହିଟ୍‌ଓ୍ବେଭ୍‌ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉଭୟ ଦିନ ଓ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଅନ୍ୟପକ୍ଷେ ୨୯ ତାରିଖରେ ହିଟ୍‌ଓ୍ବେଭ୍‌ ପରିମାଣ ବଢ଼ିବାକୁ ଥିବାବେଳେ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ୩୦ ତାରିଖରେ ଏହି ସବୁ ଜିଲା ସହ ବରଗଡ଼ ଓ ସୁନ୍ଦରଗଡ଼ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏପ୍ରିଲ୨ରେ ବିଭିନ୍ନ ଜିଲାରେ କାଳବୈଶାଖୀ ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାକୁ ଥିବାବେଳେ ଅନ୍ୟାନ୍ୟ ଜିଲାଗୁଡ଼ିକରେ ପାଗ ପ୍ରାୟତଃ ଶୁଖିଲା ରହିବ ବୋଲି ସୂଚନା ଦିଆଯାଇଛି।

Leave A Reply

Your email address will not be published.