ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

କମ୍‌ ରୋଜଗାର ଥିଲେ କଟିବନି ରାସନକାର୍ଡ: ଖାଦ୍ୟ ଯୋଗାଣ ମନ୍ତ୍ରୀ

0

ଭୁବନେଶ୍ବର: ରାସନ୍ କାର୍ଡ ସହ ଇ-କେୱାଇସିକୁ ନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ରୋଜଗାର କମ ଥିବା ଲୋକଙ୍କ ରାସନ୍ କାର୍ଡ କଟିବନି, କେବଳ ବଡ଼ ଚାକିରି କରିଥିବା ଲୋକଙ୍କ କାର୍ଡ କଟିବ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଖାଦ୍ୟ ଯୋଗାଣ,ଖାଉଟି କଲ୍ୟାଣ ବିଭାଗର ୩୫୩୭ କୋଟି ୭୬ ଲକ୍ଷ ୫୨ ହଜାର ଟଙ୍କା ବ୍ୟୟ ବରାଦ କରାଯାଇଛି। ଆଜି ବିଧାନସଭାରେ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗର ଖର୍ଚ୍ଚ ଦାବି ଆଲୋଚନାରେ ବିଭାଗୀୟ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବିବୃତ୍ତି ରଖିଛନ୍ତି।

ମନ୍ତ୍ରୀ ଆହୁରି କହିଛନ୍ତି ଯେ, ୨୦ ମାର୍ଚ୍ଚ ସୁଦ୍ଧା ୩ କୋଟି ୧ ଲକ୍ଷ ୯୨ ହଜାର ୩୨୭ ଜଣ ସଫଳ ଭାବେ ଇ-କେୱାଇସି କରିଛନ୍ତି। ରାଜ୍ୟ ବାହାରେ କାମ କରୁଥିବା ୧ ଲକ୍ଷ ୩୯ ହଜାର ୪୯୩ ଜଣ ଇ-କେୱାଇସି କରିଛନ୍ତି। ବର୍ତ୍ତମାନ ସୁଦ୍ଧା ୯୧ ପ୍ରତିଶତ ଲୋକଙ୍କ ଇ-କେୱାଇସି ଯାଞ୍ଚ ସରିଯାଇଛି। ୪ ଲକ୍ଷ ୩୧ ହଜାର ୮୪୬ ଜଣ ମୃତ ବା ଭୂତ ହିତାଧିକାରୀଙ୍କୁ କଟାଯାଇଛି।

ବିରୋଧୀ ଭୟ କରୁଛନ୍ତି ଯେ, ସମସ୍ତଙ୍କ କାର୍ଡ କଟିଯିବ। କିନ୍ତୁ ଏହା ଭୁଲ୍‌ ଧାରଣା। ପୂର୍ବ ସରକାର ସମୟରେ ସବୁ ଢିଲା ଥିଲା। ଗ୍ରାମାଞ୍ଚଳରେ ୧୦ ହଜାର ଏବଂ ସହରାଞ୍ଚଳରେ ୧୫ ହଜାର ଟଙ୍କା ପାଉଥିବା ଲୋକଙ୍କ ରାସନ କାର୍ଡ ମିଳିବ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟ ସରକାର ରାସନ୍ ସାମଗ୍ରୀ ବଣ୍ଟନ ପାଇଁ ସମୟ ନିର୍ଘଣ୍ଟ ଜାରି କରିଛନ୍ତି। ଗ୍ରୀଷ୍ମପ୍ରବାହ ପାଇଁ ସକାଳ ୭ରୁ ୧୦, ସଂଧ୍ୟା ୫ରୁ ୮ଟା ଯାଏ ବଣ୍ଟନ ହେବ। ଏହାସହ ପାନୀୟ ଜଳ, ଓଆରଏସ ମହଜୁଦ ରଖିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.