ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ

0

ଭୁବନେଶ୍ବର: ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ। ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍‌ରୁ ଖର୍ଚ୍ଚ ହେବ ବୋଲି ନିର୍ଦ୍ଦେଶାନମାରେ କୁହାଯାଇଛି।

ଏବେ ପିଲାମାନଙ୍କୁ ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ପ୍ରତ୍ୟେକ ପିଲାଙ୍କୁ ୨ଟି ଲେଖାଏଁ ଅଣ୍ଡା ଯୋଗାଇ ଦିଆଯାଉଛି। ଏଥିସହିତ ଏଣିକି ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମିଳିବ। କାଲିର ନିର୍ଦ୍ଦେଶନାମାରେ ପରିବର୍ତ୍ତନ ନେଇ ଗଣଶିକ୍ଷା ବିଭାଗର ସୂଚନା ଦେଇଛି। ସୋମବାର, ବୁଧବାର, ଶୁକ୍ରବାର ପିଲାଙ୍କୁ ଅଣ୍ଡା ଦିଆଯିବ। ମଙ୍ଗଳବାର, ଗୁରୁବାର, ଶନିବାର ପୋଷଣଯୁକ୍ତ ଲଡୁ ମିଳିବ। ଶିଶୁବାଟିକାଠୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ଏହା ମିଳିବ। ପିଏମ ପୋଷଣ ଯୋଜନାରେ ଅନ୍ତର୍ଭୁକ୍ତ ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଏହି ସୁବିଧା ଯୋଗାଇ ଦିଆଯିବ।

ସେହିପରି ଅନ୍ୟ ଏକ ନିଷ୍ପତ୍ତି ଅନୁଯାୟୀ, ଏପ୍ରିଲ ୧ରୁ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ପୋଷଣ ଲଡୁ ଦିଆଯିବ। ସପ୍ତାହର ସୋମବାର, ମଙ୍ଗଳବାର ଓ ଗୁରୁବାର ଦିନ ଏହି ପୋଷଣ ଲଡୁ ଦିଆଯିବ। ଗୋଟିଏ ଲଡୁର ଦାମ ୩ ଟଙ୍କା ୫୦ ପଇସା ରହିବ ଓ ପୋଷଣ ଲଡୁ କେବଳ ସକାଳ ବେଳା ଦିଆଯିବ।

Leave A Reply

Your email address will not be published.