ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ବୁଡିଗଲା ବୁଡ଼ାଜାହାଜ, ୬ ମୃତ, ୯ ଆହତ

0

ମିଶର: ମିଶରର ଲାଲ ସାଗରରେ ଏକ ପର୍ଯ୍ୟଟକ ବୁଡ଼ାଜାହାଜ ବୁଡ଼ିଯିବାରୁ ଅତି କମରେ ଛଅ ଜଣଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣାଟି ଗୁରୁବାର ଦିନ ହୁରଗାଡା ନିକଟରେ ଘଟିଥିଲା। ରିପୋର୍ଟ ଅନୁସାରେ, ଏହି ଦୁର୍ଘଟଣାରେ ନଅ ଜଣ ଆହତ ହୋଇଛନ୍ତି, ଯେଉଁଥିରୁ ଚାରି ଜଣଙ୍କ ଅବସ୍ଥା ଗୁରୁତର ଅଛି। ୨୯ ଜଣ ଯାତ୍ରୀଙ୍କୁ ସୁରକ୍ଷିତ ଭାବରେ ବାହାର କରାଯାଇଥିଲା। ଘଟଣା ପରେ ତୁରନ୍ତ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ଇଜିପ୍ଟର ନୌସେନା, ତଟରକ୍ଷୀ ବାହିନୀ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ। ଆହତ ଯାତ୍ରୀମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଦୁର୍ଘଟଣାଟି ହୁରଗାଡା ବନ୍ଦର ନିକଟରେ ଅପରାହ୍ନ ପ୍ରାୟ ୧ଟା ସମୟରେ ଘଟିଥିଲା।

ମିଶରର ହୁରଗାଡ଼ା ସହର ଉପକୂଳରେ ବୁଡ଼ିଯାଇଥିବା ଏହି ପର୍ଯ୍ୟଟନ ବୁଡ଼ାଜାହାର ନାମ ସିନ୍ଦବାଦ୍ ଥିଲା। ଏହି ଜାହାଜରେ ପ୍ରାୟ ୪୪ ଜଣ ଯାତ୍ରୀ ଥିଲେ। ଏହି ସମସ୍ତ ଯାତ୍ରୀ ରୁଷୀୟ ଥିବା କୁହାଯାଉଛି। ଏହି ଯାତ୍ରୀଙ୍କ ମଧ୍ୟରେ ଶିଶୁ ମଧ୍ୟ ଥିଲେ ବୋଲି ଜଣାପଡିଛି।

Leave A Reply

Your email address will not be published.