ପ୍ରମୁଖ ଖବର

ରାଷ୍ଟ୍ରପତି ଭବନରେ ପ୍ରସାରିତ ହେଲା ‘ଶ୍ରୀ ଜଗନ୍ନାଥଙ୍କ ନବକଳେବର’
ପୁଣି ନାବାଳିକା ଦେହରେ ନିଆଁ
ନାବାଳିକାଙ୍କ ଶରୀର ୭୦ପ୍ରତିଶତ ପୋଡିଯାଇଛି- ଏମ୍ସ
ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌
୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ଦୋଷୀଙ୍କୁ ତୁରନ୍ତ ଗିରଫ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଉପମୁଖ୍ୟମନ୍ତ୍ରୀ
ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ହାର୍ଡକୋର ମାଓବାଦୀ ମୃତ
କଟକ ଆଖପାଖ ଅଞ୍ଚଳକୁ ହେବ ସମୃଦ୍ଧ ମଡେଲ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ୧୬ ମାଓବାଦୀ ନିହତ

0

ଛତିଶଗଡ: ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଛତିଶଗଡ ସୁକମା ଜିଲ୍ଲା ଅପମ୍ପଲି ଜଙ୍ଗଲରେ ଗୁଳି ବିନିମୟ ହୋଇଛି। ଡିଆରଜି ଏବଂ ସିଆରପିଏଫ୍ କୋବ୍ରା ଯବାନଙ୍କ ମଧ୍ୟ ମିଳିତ ଅପରେସନ୍ ହୋଇଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୬ ଜଣ ନକ୍ସଲ ନିହତ ହୋଇଥିବାବେଳେ ଦୁଇ ଯବାନ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି। ଏବେବି ଗୁଳି ବିନିମୟ ଜାରି ରହିଛି।

ସୂଚନା ଅନୁଯାୟୀ, ସୁକୁମା ଜିଲା କେରାଲପାଲ ଥାନା ଅଞ୍ଚଳ ଜଙ୍ଗଲରେ ମାଓବାଦୀଙ୍କ ଉପସ୍ଥିତି ସମ୍ବନ୍ଧରେ ସୂଚନା ପାଇ ଡିଆରଜି ଓ ସିଆର୍‌ପିଏଫ୍‌ ବାହିନୀ ମିଳିତ ଭାବେ ଉକ୍ତ ଅଞ୍ଚଳରେ କୋମ୍ବିଂ ଅପରେଶନ ଆରମ୍ଭ କରିଥିଲେ। ଶନିବାର ସକାଳେ ସୁରକ୍ଷାବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ନିରନ୍ତର ଗୁଳି ବିନିମୟ ଜାରି ରହିଥିବା ବେଳେ ଦୀର୍ଘ ୪ ଘଣ୍ଟା ଗୁଳି ବିନିମୟ ପରେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ସର୍ଚ୍ଚ ଅପରେଶନରେ ୧୬ ଜଣ ମାଓବାଦୀଙ୍କ ମୃତଦେହ ଠାବ ହୋଇଥିବା ବେଳେ ଏହି ଗୁଳି ବିନିମୟରେ ଡିଆରଜି ବାହିନୀର ଦୁଇଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଆହତ ଦୁଇଜଣଙ୍କୁ ଉତ୍ତମ ଚିକିତ୍ସା ନିମନ୍ତେ ହେଲିକପ୍ଟର ଯୋଗେ ରାୟପୁର ସ୍ଥାନାନ୍ତର କରାଯାଇଥିବା ବେଳେ ଘଟଣାସ୍ଥଳରେ ବର୍ତ୍ତମାନ ସୁଦ୍ଧା ଆହୁରି ସର୍ଚ୍ଚ ଅପରେଶନ ଚାଲିଛି। ତେବେ ମାଓବାଦୀଙ୍କ ମୃତ୍ୟୁ ଆହୁରି ବଢ଼ିବାର ସମ୍ଭାବନା ରହିଛିା ଏଥିସହ ଘଟଣାସ୍ଥଳରୁ ଏକେ ୪୭, ଏସ୍‌.ଏଲ୍‌.ଆର୍‌, ଇନସାସ୍‌ ରାଇଫଲ୍‌, ୩୦୩ ରାଇଫଲ ରକେଟ ଲଞ୍ଚର, ବିଜିଏଲ ଲଞ୍ଚନ, ଅସ୍ତ୍ରଶସ୍ତ୍ର ଓ ବିସ୍ପୋରକ ଜବତ ହୋଇଥିବା ସୁକୁମା ଏସ୍‌.ପି. କିରଣ ଚୌହାନ ସୂଚନା ଦେଇଛନ୍ତି। ଯବାନମାନେ ସର୍ଚ୍ଚ ଅପରେଶନ ସାରି ଫେରିବା ପରେ ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରାଯିବ ବୋଲି ମଧ୍ୟ ଚୌହାନ ସୂଚନା ଦେଇଛନ୍ତି।

Leave A Reply

Your email address will not be published.