ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

0

ନୁଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଶୁକ୍ରବାର ମହଙ୍ଗା ଭତ୍ତା(ଡିଏ) ବୃଦ୍ଧି କରିଛନ୍ତି ସରକାର। ମହଙ୍ଗା ଭତ୍ତା ୨% ବୃଦ୍ଧି କରାଯାଇଛି। କେନ୍ଦ୍ର କ୍ୟାବିନେଟ ବୈଠକରେ ସରକାର ଏହି ବଡ ନିଷ୍ପତ୍ତି ନେଇଛନ୍ତି। ଏହି ବୃଦ୍ଧି ସହ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ ଡିଏ ୫୩ରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ସପ୍ତମ ବେତନ ଆୟୋଗ ଅଧୀନରେ ଏହି ବୃଦ୍ଧି କରାଯାଇଛି।

କେନ୍ଦ୍ର ସରକାରଙ୍କ ଶୁକ୍ରବାର ନିଆଯାଇଥିବା ନିଷ୍ପତ୍ତିରେ ପ୍ରାୟ ୧.୧ କୋଟି ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ ଭୋଗୀ ଉପକୃତ ହେବେ। ଏମାନଙ୍କୁ ଅଧିକ ଲାଭ ମିଳିବ। ୨୦୨୫ ଜାନୁଆରୀ ୧ ତାରିଖରୁ ଏହାକୁ ପିଛିଲା ଭାବେ ଲାଗୁ କରାଯିବ। ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ଅଧୀନରେ ୩୬.୫୭ ଲକ୍ଷ କର୍ମଚାରୀ ଓ ୩୩.୯୧ ଲକ୍ଷ ପେନସନ ଗ୍ରହଣ କରୁଥିବା କର୍ମଚାରୀ ରହିଛନ୍ତି।

ସରକାର ମାର୍ଚ୍ଚ ମାସରେ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିଛନ୍ତି। ଏପରି କ୍ଷେତ୍ରରେ, ଦୁଇ ମାସର ବକେୟା ପାଉଣାକୁ ଏକାଠି ମିଶାଇ ମାର୍ଚ୍ଚ ମାସର ଦରମା ସହିତ ଦିଆଯିବ।କେନ୍ଦ୍ର ସରକାରୀ କର୍ମଚାରୀମାନଙ୍କୁ ପ୍ରଚଳିତ ମୁଦ୍ରାସ୍ଫୀତି ହାର ଏବଂ ସେମାନଙ୍କର ମୂଳ ଦରମା ଆଧାରରେ ମହଙ୍ଗା ଭତ୍ତା ପ୍ରଦାନ କରାଯାଏ, ଯେତେବେଳେ ପେନସନଭୋଗୀମାନଙ୍କୁ ମହଙ୍ଗା ସହାୟତା ମିଳିଥାଏ। ସେମାନଙ୍କର ଲକ୍ଷ୍ୟ ହେଉଛି କର୍ମଚାରୀ ଏବଂ ପେନସନଭୋଗୀଙ୍କ ଉପରେ ମୁଦ୍ରାସ୍ଫୀତିର ବୋଝ ହ୍ରାସ କରିବା। ମୁଦ୍ରାସ୍ଫୀତି ହାର ଆଧାରରେ ସରକାର ବର୍ଷକୁ ଦୁଇଥର ଏହାକୁ ପରିବର୍ତ୍ତନ କରନ୍ତି।

Leave A Reply

Your email address will not be published.