ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ କରି ଫରେଷ୍ଟର ଗିରଫ

0

ଗୁଣୁପୁର: ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଗିରଫ ହେଲେ ଫରେଷ୍ଟର। ଏଭଳି ଲଜ୍ଜା ଜନକ ଖବର ଆସିଛି ଗୁଣୁପୁରରୁ। ଜଣେ ୧୨ ବର୍ଷୀୟ ନାବାଳିକା ବଳାତ୍କାର ମାମଲାରେ ପଦ୍ମପୁର ଥାନା ପୋଲିସ ଜଣେ କାର୍ଯ୍ୟରତ ଫରେଷ୍ଟରଙ୍କୁ ଗିରଫ କରିଛି। ଗିରଫ ଫରେଷ୍ଟର ଜଣକ ହେଲେ ନରସିଂହ ଶତପଥୀ (୫୯)।

ମିଳିଥିବା ଖବର ଅନୁସାରେ, ନରସିଂହ ଶତପଥୀ ଗୁଡ଼ାରୀ ରେଞ୍ଜ ଅଧିନସ୍ଥ କେନ୍ଦୁଗୁଡ଼ା ସେକ୍ସନରେ ଫରେଷ୍ଟର ଭାବେ କାର୍ଯ୍ୟରତ। ଶୁକ୍ରବାର ଦିନ ପ୍ରାୟ ୧୧ଟା ସମୟରେ ନରସିଂହ ତାଙ୍କ ଘର ପଡ଼ିଶାରେ ଅଜା ଘରେ ରହି ପାଠ ପଢୁଥିବା ଜଣେ ୧୨ ବର୍ଷୀୟ ନାବାଳିକାକୁ ପ୍ରଲୋଭନ ଦେଖାଇ ଘର ଭିତରକୁ ଡ଼ାକି ବଳାତ୍କାର ଉଦ୍ୟମ କରିଥିଲେ। ତେବେ ଏହି ସମୟରେ ନାବାଳିକାଙ୍କ ସହିତ ଥିବା ଅନ୍ୟ ଜଣେ ଝିଅ ନାବାଳିକାଙ୍କ ପରିବାର ବର୍ଗଙ୍କୁ ଜଣାଇଥିଲେ। ପରିବାରବର୍ଗ ଖବର ପାଇ ଫରେଷ୍ଟର ନରସିଂହଙ୍କ ଘରକୁ ଯାଇ ନାବାଳିକାଙ୍କୁ ଉଦ୍ଧାର କରିଥିଲେ ।

ଏହା ପରେ ଗ୍ରାମବାସୀ ନରସିଂହକୁ କାବୁ କରି ମାଡ଼ ମାରିଥିଲେ। କେନ୍ଦୁଗୁଡା ଫାଣ୍ଡି ପୋଲିସ ସୂଚନା ପାଇ ପଦ୍ମପୁର ଥାନା ଆଇଆଇସି ଧରଣୀଧର ପ୍ରଧାନଙ୍କୁ ସୂଚନା ଦେବା ସହିତ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେଠାରୁ ନରସିଂହକୁ ଗିରଫ କରି ପଦ୍ମପୁର ଆଣି କେସ ନଂ ୪୪ରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ଆଇଆଇସି ପ୍ରଧାନ ସୂଚନା ଦେଇଛନ୍ତି।

Leave A Reply

Your email address will not be published.