ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ରାଜ୍ୟରେ ଆଉ ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦେବେ ସରକାର

0

ଭୁବନେଶ୍ବର: ରାଜ୍ୟରେ ୧୮ ହଜାର ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି। ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ନେଇ ନୀତିଗତ ବ୍ୟବସ୍ଥା ରହିଛି। ପୂର୍ବ ସରକାର ତରବର ଭାବରେ ଠିକ ଭାବରେ ବିଚାର ନକରି କମ୍ ଛାତ୍ରଛାତ୍ରୀ ଥିବା ସମୁଦାୟ ୫ହଜାର ୬ଶହ ୩୨ଟି ସ୍କୁଲର ମିଶ୍ରଣ କରିଛନ୍ତି। ୧୦୦ ମିଟର ବ୍ୟବଧାନରେ ଥିବା ୨ହଜାର ୧୫୨ଟି ସାଟେଲାଇଟ ସ୍କୁଲକୁ ମିଶ୍ରଣ କରାଯାଇଛି। ସିଡ୍ୟୁଲ ଏରିଆ ତଥା ସଂରକ୍ଷିତ ଅଞ୍ଚଳରେ ସର୍ବନିମ୍ନ ୨୦ ପିଲା ଓ ନନ୍‌ ସିଡ୍ୟୁଲ ତଥା ଅଣସଂରକ୍ଷିତ ଅଞ୍ଚଳରେ ୪୦ ପିଲା ଥିଲେ ସ୍କୁଲ ଖୋଲିବା ନେଇ ବିଚାର କରାଯିବ। ପ୍ରକ୍ରିୟା ଅନୁସାରେ ଆବେଦନ କରାଯିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ସେହିପରି ନୂଆ ସରକାର ଏପର୍ଯ୍ୟନ୍ତ ୧୮ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତି ଦେଇସାରିଲେଣି। ଆଗକୁ ଆହୁରି ୧୦ ହଜାର ଶିକ୍ଷକ ନିଯୁକ୍ତି ହେବେ ବୋଲି କହିଛନ୍ତି ମନ୍ତ୍ରୀ। ସେପଟେ ପିଅନ ଓ କିରାଣିର ବି ଆବଶ୍ୟକତା ଦେଖି ନିଯୁକ୍ତି ଦିଆଯିବ ବୋଲି ଗୃହରେ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ କହିଛନ୍ତି, ଆମ ସରକାର ଶିକ୍ଷା କ୍ଷେତ୍ରକୁ ଗୁରୁତ୍ଵ ଦେଉଛି, ଆମ ବିଭାଗରେ ସବୁଠୁ ଅଧିକ ନିଯୁକ୍ତି ଦିଆଯାଉଛି।

Leave A Reply

Your email address will not be published.