ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ରାଜ୍ୟରେ ଆଉ ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦେବେ ସରକାର

0

ଭୁବନେଶ୍ବର: ରାଜ୍ୟରେ ୧୮ ହଜାର ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି। ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ନେଇ ନୀତିଗତ ବ୍ୟବସ୍ଥା ରହିଛି। ପୂର୍ବ ସରକାର ତରବର ଭାବରେ ଠିକ ଭାବରେ ବିଚାର ନକରି କମ୍ ଛାତ୍ରଛାତ୍ରୀ ଥିବା ସମୁଦାୟ ୫ହଜାର ୬ଶହ ୩୨ଟି ସ୍କୁଲର ମିଶ୍ରଣ କରିଛନ୍ତି। ୧୦୦ ମିଟର ବ୍ୟବଧାନରେ ଥିବା ୨ହଜାର ୧୫୨ଟି ସାଟେଲାଇଟ ସ୍କୁଲକୁ ମିଶ୍ରଣ କରାଯାଇଛି। ସିଡ୍ୟୁଲ ଏରିଆ ତଥା ସଂରକ୍ଷିତ ଅଞ୍ଚଳରେ ସର୍ବନିମ୍ନ ୨୦ ପିଲା ଓ ନନ୍‌ ସିଡ୍ୟୁଲ ତଥା ଅଣସଂରକ୍ଷିତ ଅଞ୍ଚଳରେ ୪୦ ପିଲା ଥିଲେ ସ୍କୁଲ ଖୋଲିବା ନେଇ ବିଚାର କରାଯିବ। ପ୍ରକ୍ରିୟା ଅନୁସାରେ ଆବେଦନ କରାଯିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ସେହିପରି ନୂଆ ସରକାର ଏପର୍ଯ୍ୟନ୍ତ ୧୮ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତି ଦେଇସାରିଲେଣି। ଆଗକୁ ଆହୁରି ୧୦ ହଜାର ଶିକ୍ଷକ ନିଯୁକ୍ତି ହେବେ ବୋଲି କହିଛନ୍ତି ମନ୍ତ୍ରୀ। ସେପଟେ ପିଅନ ଓ କିରାଣିର ବି ଆବଶ୍ୟକତା ଦେଖି ନିଯୁକ୍ତି ଦିଆଯିବ ବୋଲି ଗୃହରେ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ କହିଛନ୍ତି, ଆମ ସରକାର ଶିକ୍ଷା କ୍ଷେତ୍ରକୁ ଗୁରୁତ୍ଵ ଦେଉଛି, ଆମ ବିଭାଗରେ ସବୁଠୁ ଅଧିକ ନିଯୁକ୍ତି ଦିଆଯାଉଛି।

Leave A Reply

Your email address will not be published.