ପ୍ରମୁଖ ଖବର

ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ-ମୁଖ୍ୟମନ୍ତ୍ରୀ
ମହିଳାଙ୍କୁ ସରାକରଙ୍କ ରାକ୍ଷୀ ଭେଟି, ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା
ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲରେ ଶୁକ୍ରବାର ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ
କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ
ଆତଙ୍କବାଦୀଙ୍କ ଗୁଳିବିନିମୟରେ ୨ ଯବାନ ଶହିଦ, ୧୦ ଆହତ
ରାଜଧାନୀରେ ଅଘଟଣ: ୧୦୦ ଫୁଟ ଲମ୍ବା କାନ୍ଥ ଭୁଶୁଡ଼ି, ୭ ମୃତ
କ୍ରୀଡ଼ାର ପ୍ରସାର ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ଫିକି ପକ୍ଷରୁ ସ୍ପେଶାଲ ଆପ୍ରିସିଏସନ ଆଓ୍ୱାର୍ଡ

ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସ୍‌ ୧୧ ବଗି ଲାଇନ୍‌ଚ୍ୟୁତ: ୧ ମୃତ ୭ ଆହତ

0

କଟକ: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ମିଳିଛି। ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହତ ହୋଇଛନ୍ତି।

ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ସେପଟେ ପ୍ରବଳ ଖରା ଯୋଗୁଁ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ପିଇବା ପାଣି ମିଳୁନଥିବା ଯାତ୍ରୀମାନେ ଅଭିଯୋଗ କରିଛନ୍ତି। ଏକ୍ସପ୍ରେସ ଲାଇନ୍‌ଚ୍ୟୁତ ହେବା ପରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି ଘଟଣାସ୍ଥଳରେ ରେଳବାହିନୀ ଟିମ୍‌ ପହଞ୍ଚିଥିବା ଜଣାପଡ଼ିଛି। ଆର୍‌ପିଏଫ୍‌ ଏବଂ ଜିଆର୍‌ପିଏଫ୍‌ ଏବଂ ସ୍ଥାନୀୟ ଲୋକେ ଉଦ୍ଧାର କରୁଥିବା ଜଣାପଡ଼ିଛି।

କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହେବା ପରେ ଘଟଣାସ୍ଥଳରେ ସମସ୍ତ ଟ୍ରେନ୍‌ ଚଳାଚଳ ବନ୍ଦ ରହିଛି। ହେଲେ ଟ୍ରେନ୍‌ କିପରି ଲାଇନଚ୍ୟୁତ ହେଲା ତାହାର କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ। ଏନେଇ ଅଧିକ ଅପଡେଟ୍‌ର ଅପେକ୍ଷା କରାଯାଇଛି। ଅନ୍ୟପଟେ ରେଳ ବିଭାଗ ପକ୍ଷରୁ ହେଲ୍ପ ଲାଇନ୍ ନମ୍ବର ଜାରି କରାଯାଇଛି। କଟକ ପାଇଁ ୮୯୯୧୧୨୪୨୩୮, ଭୁବନେଶ୍ଵର ପାଇଁ ୮୪୫୫୮୮୫୯୯୯, ଖୋର୍ଦ୍ଧା ପାଇଁ ୦୬୭୪୨୪୯୨୨୪୫ ହେଲ୍ପ ଡେସ୍କ ନମ୍ବର ଜାରି କରାଯାଇଛି।

Leave A Reply

Your email address will not be published.