ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ସହିଦ ରାଜକିଶୋରଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ମୁଖ୍ୟମନ୍ତ୍ରୀ

0

କେନ୍ଦୁଝର: କେନ୍ଦୁଝର ମାଟିର ପୁଅ ସହିଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜକିଶୋରଙ୍କ ମରଶରୀର ଆଜି ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ। କେନ୍ଦୁଝର ଜିଲ୍ଲା ସଦର ବ୍ଲକ୍ ନୂଆଗାଁ ଗାଁର ରାଜକିଶୋର ମୁଣ୍ଡା ବିହାର ରେଜିମେଣ୍ଟ ର ଷଷ୍ଠ ବାଟାଲିୟନରେ ହାବିଲଦାର ଭାବେ କାର୍ଯ୍ୟରତ ଥିଲେ ।

କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ନୂଆଗାଁ ଗ୍ରାମର ଷଷ୍ଠ ବାଟାଲିୟନ, ବିହାର ରେଜିମେଣ୍ଟରେ ହାବିଲଦାର ତଥା ଗାଡ଼ି ଚାଳକ ଭାବେ କାର୍ଯ୍ୟରତ ରାଜ କିଶୋର ମୁଣ୍ତା ଗତ ୨୯ ତାରିଖରେ ଅରୁଣାଚଳପ୍ରଦେଶ ତାୱାଙ୍ଗଠାରେ କର୍ତ୍ତବ୍ୟରତ ଥିବା ବେଳେ ଶହୀଦ ହୋଇଥିଲେ। ସେନା କର୍ମଚାରୀଙ୍କୁ ନେଇ ଯାଉଥିବାବେଳେ ଏକ ପଥର ତାଙ୍କ ଗାଡ଼ି ଉପରେ ପଡ଼ିବା ଯୋଗୁ ଭାରସାମ୍ୟ ହରାଇ ଗାଡ଼ି ଓଲଟି ପଡ଼ିଥିଲା। ଏଥିରେ ଚାପି ହୋଇ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କ ମରଶରୀରକୁ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ ନିମନ୍ତେ ସୋମବାର ପୈତୃକ ଗ୍ରାମ ନୂଆଗାଁ ଅଭିମୁଖେ ଅଣାଯାଇଛି।

Leave A Reply

Your email address will not be published.