ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣା, ସ୍ବାଭାବିକ ହେଲା ରେଳ ଚଳାଚଳ

0

ନ୍ୟୁଜ୍ ବ୍ୟୁରୋ: କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ସୋମବାର ନୂଆ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ସକାଳ ୭.୧୫ ସୁଦ୍ଧାରେଲଓ୍ବେ ଟ୍ରାକ୍‌ ମରାମତି କାର୍ଯ୍ୟ ଶେଷ ହୋଇଛି। ଖୁବ୍‌ଶୀଘ୍ର ଟ୍ରେନ୍‌ ଚଳାଚଳ ହେବାନେଇ ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଥାଉ କି, ବେଙ୍ଗାଲୁରୁରୁ କାମାକ୍ଷା ଅଭିମୁଖେ ଯାଉଥିବା କାମାକ୍ଷା ଏକ୍ସପ୍ରେସ୍‌ ଉକ୍ତ ପାସେଞ୍ଜର ହଲ୍ଟ ନିକଟରେ ରବିବାର ପୂର୍ବାହ୍ନରେ ଲାଇନ୍‌ଚ୍ୟୁତ ହୋଇଥିଲା। ଟ୍ରେନ୍‌ର ୧୧ଟି ବଗି ଟ୍ରାକ୍‌ରୁ ବାହାରି ଯାଇଥିଲା। ଏହି ଦୁର୍ଘଟଣାରେ ୧୬ଜଣ ଗୁରୁତର ହୋଇଥିଲେ। ଚିକିତ୍ସା ଲାଗି ସେମାନଙ୍କୁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ସେଠାରେ ଜଣଙ୍କ ମୃତ୍ୟୁ ଘଟିଥିଲା। ସାମାନ୍ୟ ଆହତ ଯାତ୍ରୀମାନେ ନିଜ ସୁବିଧା ଅନୁସାରେ ଅନ୍ୟ ମେଡିକାଲରେ ଚିକିତ୍ସିତ ହୋଇଥିଲେ। ଯାତ୍ରୀମାନଙ୍କୁ ଗନ୍ତବ୍ୟ ସ୍ଥଳକୁ ପଠାଇବା ପାଇଁ ରେଲଓ୍ବେ ପକ୍ଷରୁ ଏକ ସ୍ପେଶାଲ ଟ୍ରେନ୍‌ ବ୍ୟବସ୍ଥା କରାଯାଇଥିଲା। ଉଦ୍ଧାର କାର୍ଯ୍ୟ ଶେଷ ହେବା ପରେ ଟ୍ରାକ୍‌ ମରାମତି କାର୍ଯ୍ୟ ଦ୍ରୁତଗତିରେ ଚାଲିଥିଲା। ଉକ୍ତ ରୁଟ୍‌ରେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। କେତେକ ଟ୍ରେନ୍‌ ନରାଜ ଦେଇ ଚଳାଚଳ ପାଇଁ ବ୍ୟବସ୍ଥା କରାଯାଇଛି। ତେବେ ଏହି ରୁଟ୍‌ରେ ୨୪ଟି ଟ୍ରେନ୍‌ର ଗତିପଥ ପରିବର୍ତ୍ତନ କରାଯାଇଥିଲା। ଦୁର୍ଘଟଣାର କାରଣ ଜଣାପଡ଼ି ନ ଥିବାବେଳେ ପୂର୍ବତଟ ରେଳପଥ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।

Leave A Reply

Your email address will not be published.