ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ

0

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଣୀବିହାର ମଧୁସୂଦନ ହଷ୍ଟେଲ ଛାତରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ଫିଲୋସୋଫି(ଦର୍ଶନ ବିଭାଗ)ର ପିଜି ୨ୟ ବର୍ଷର ଛାତ୍ର ତାପସ ନାୟକ ବୋଲି ଜଣାପଡ଼ିଛି।
ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ। ମଧୁସୂଦନ ଛାତ୍ରାବାସରେ ଛାତ୍ରଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛି। କ୍ୟାପିଟାଲ ହସ୍ପିଟାଲକୁ ମୃତଦେହ ପଠାଯାଇଛି।

ଗତକାଲି ରାତିରେ ସେ ସୁସ୍ଥ ଥିଲେ ଓ ସାଙ୍ଗମାନଙ୍କ ସହ ଭଲରେ କଥା ହୋଇଥିଲେ ବୋଲି ସାଙ୍ଗମାନେ କହିଛନ୍ତି । ସେ ରାତିରେ ହଷ୍ଟେଲ ଛାତ ଉପରୁ ତଳକୁ ପଡିଯାଇଥିବା ସନ୍ଦେହ କରାଯାଉଛି। ଘଟଣାକୁ ନେଇ ପରିବାରରେ ଶୋକର ଛାୟା ଖେଳିଯାଇଛି। ତେବେ କେଉଁ ପରିସ୍ଥିତିରେ ସେ ଛାତରୁ ପଡ଼ିଛନ୍ତି ତାହା ଜଣାପଡ଼ିନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.