ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ମହାପ୍ରଭୁଙ୍କ ସେବାରେ ନିୟୋଜିତ ସେବକଙ୍କୁ ଦିଆଯିବ ପ୍ରଶିକ୍ଷଣ

0

ପୁରୀ: ମହାପ୍ରଭୁଙ୍କ ଦୈନନ୍ଦିନ ସେବାକୁ ଆହୁରି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୋମବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ମହାପ୍ରଭୁଙ୍କ ସେବାରେ ନିୟୋଜିତ ସେବକମାନଙ୍କୁ ପ୍ରଶିକ୍ଷଣ ଦିଆଯିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

ଏନେଇ ଆସନ୍ତା ୪ ଓ ୫ତାରିଖରେ ପୁରୀ ନୀଳାଦ୍ରି ଭକ୍ତ ନିବାସ ସଭାଗୃହରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ଶିବିରରେ ମହାପ୍ରଭୁଙ୍କ ଦୈନନ୍ଦିନ ସେବାରେ ନିୟୋଜିତ ସେବକମାନେ ଯୋଗଦେବେ। ଶିବିର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ସାଢେ ୫ଟା ପର୍ଯ୍ୟନ୍ତ ଚାଳିବ। ଏନେଇ ୨ତାରିଖ ଅପରାହ୍ନ ୫ଟା ମଧ୍ୟରେ ସେବକମାନେ ନିଜ ନାମ ପଞ୍ଜୀକରଣ କରିପାରିବେ। ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ଏକ ନିର୍ଦ୍ଦେଶ ଜାରି କରାଯାଇଛି।

Leave A Reply

Your email address will not be published.