ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ମହାପ୍ରଭୁଙ୍କ ସେବାରେ ନିୟୋଜିତ ସେବକଙ୍କୁ ଦିଆଯିବ ପ୍ରଶିକ୍ଷଣ

0

ପୁରୀ: ମହାପ୍ରଭୁଙ୍କ ଦୈନନ୍ଦିନ ସେବାକୁ ଆହୁରି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୋମବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ମହାପ୍ରଭୁଙ୍କ ସେବାରେ ନିୟୋଜିତ ସେବକମାନଙ୍କୁ ପ୍ରଶିକ୍ଷଣ ଦିଆଯିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

ଏନେଇ ଆସନ୍ତା ୪ ଓ ୫ତାରିଖରେ ପୁରୀ ନୀଳାଦ୍ରି ଭକ୍ତ ନିବାସ ସଭାଗୃହରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ଶିବିରରେ ମହାପ୍ରଭୁଙ୍କ ଦୈନନ୍ଦିନ ସେବାରେ ନିୟୋଜିତ ସେବକମାନେ ଯୋଗଦେବେ। ଶିବିର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ସାଢେ ୫ଟା ପର୍ଯ୍ୟନ୍ତ ଚାଳିବ। ଏନେଇ ୨ତାରିଖ ଅପରାହ୍ନ ୫ଟା ମଧ୍ୟରେ ସେବକମାନେ ନିଜ ନାମ ପଞ୍ଜୀକରଣ କରିପାରିବେ। ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ଏକ ନିର୍ଦ୍ଦେଶ ଜାରି କରାଯାଇଛି।

Leave A Reply

Your email address will not be published.