ପ୍ରମୁଖ ଖବର

ରାଷ୍ଟ୍ରପତି ଭବନରେ ପ୍ରସାରିତ ହେଲା ‘ଶ୍ରୀ ଜଗନ୍ନାଥଙ୍କ ନବକଳେବର’
ପୁଣି ନାବାଳିକା ଦେହରେ ନିଆଁ
ନାବାଳିକାଙ୍କ ଶରୀର ୭୦ପ୍ରତିଶତ ପୋଡିଯାଇଛି- ଏମ୍ସ
ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌
୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ଦୋଷୀଙ୍କୁ ତୁରନ୍ତ ଗିରଫ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଉପମୁଖ୍ୟମନ୍ତ୍ରୀ
ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ହାର୍ଡକୋର ମାଓବାଦୀ ମୃତ
କଟକ ଆଖପାଖ ଅଞ୍ଚଳକୁ ହେବ ସମୃଦ୍ଧ ମଡେଲ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

କିଟ୍‌‌ ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ

0

ଭୁବନେଶ୍ବର: ପୁଣି ଜଣେ କିଟ୍‌‌ ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଏକ ନିର୍ମାଣଧୀନ କୋଠା ତଳୁ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ର କିଟ୍‌‌ ବିଶ୍ୱବିଦ୍ୟାଳୟରେ ବିଟେକ୍‌‌ ତୃତୀୟ ବର୍ଷରେ ପଢୁଥିଲେ। ଛାତ୍ରଙ୍କ ନାମ ଅର୍ଣ୍ଣବ ଗୋସ୍ୱାମୀ ଏବଂ ତାଙ୍କ ଘର ପଶ୍ଚିମବଙ୍ଗର ବାଁକୁରା ଗ୍ରାମରେ ବୋଲି ଜଣାପଡ଼ିଛି।

ସୂଚନାନୁସାରେ, ଗତକାଲି ରାତିରେ ମଞ୍ଚେଶ୍ବର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ସ୍କୁଲ ନିକଟରେ ନିର୍ମାଣାଧୀନ ସାତମହଲା କୋଠାରୁ ଡେଇଁ ଜୀବନ ହାରିଥିବା କୁହାଯାଉଛି। ତେବେ ଏହାର କାରଣ ଏଯାଏଁ ଅସ୍ପଷ୍ଟ ରହିଛି। ଖବରପାଇ ମଞ୍ଚେଶ୍ୱର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର ପରେ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ୍‌‌ ହସପିଟାଲକୁ ପଠାଇଛି। ଏବେ ଅର୍ଣ୍ଣବଙ୍କ ମୃତଦେହ କ୍ୟାପିଟାଲ ହସପିଟାଲରେ ରହିଛି ଏବଂ ତାଙ୍କ ପରିବାର ସଦସ୍ୟ ଆସିବା ପରେ ବ୍ୟବଚ୍ଛେଦ କରାଯିବ ବୋଲି ପୁଲିସ ସୂଚନା ମିଳିଛି। ଅପମୃତ୍ୟୁ ମାମଲା ରୁଜୁ କରି ମଞ୍ଚେଶ୍ବର ପୋଲିସର ତଦନ୍ତ ଜାରି ରଖିଥିବା ବେଳେ ଅର୍ଣ୍ଣବଙ୍କ ମୃତ୍ୟୁ ନେଇ କିଟ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।

ଏବେ ସାଧାରଣରେ ପ୍ରଶ୍ନ ଉଠୁଛି କିଟ୍‌‌ ବିଶ୍ୱବିଦ୍ୟାଳୟର ହଷ୍ଟେଲ୍‌‌ରେ ରହି ଅର୍ଣ୍ଣବ ପାଠ ପଢୁଥିଲେ। ହଷ୍ଟେଲରୁ କେମିତି ଆସିଲେ ମଞ୍ଚେଶ୍ୱର ଏବଂ ନିର୍ମାଣଧିନ କୋଠାକୁ କାହିଁକି ଯାଇଥିଲେ। ସେଠାରେ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ଘଟିଲା।

Leave A Reply

Your email address will not be published.