ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

କିଟ୍‌‌ ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ

0

ଭୁବନେଶ୍ବର: ପୁଣି ଜଣେ କିଟ୍‌‌ ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଏକ ନିର୍ମାଣଧୀନ କୋଠା ତଳୁ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ର କିଟ୍‌‌ ବିଶ୍ୱବିଦ୍ୟାଳୟରେ ବିଟେକ୍‌‌ ତୃତୀୟ ବର୍ଷରେ ପଢୁଥିଲେ। ଛାତ୍ରଙ୍କ ନାମ ଅର୍ଣ୍ଣବ ଗୋସ୍ୱାମୀ ଏବଂ ତାଙ୍କ ଘର ପଶ୍ଚିମବଙ୍ଗର ବାଁକୁରା ଗ୍ରାମରେ ବୋଲି ଜଣାପଡ଼ିଛି।

ସୂଚନାନୁସାରେ, ଗତକାଲି ରାତିରେ ମଞ୍ଚେଶ୍ବର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ସ୍କୁଲ ନିକଟରେ ନିର୍ମାଣାଧୀନ ସାତମହଲା କୋଠାରୁ ଡେଇଁ ଜୀବନ ହାରିଥିବା କୁହାଯାଉଛି। ତେବେ ଏହାର କାରଣ ଏଯାଏଁ ଅସ୍ପଷ୍ଟ ରହିଛି। ଖବରପାଇ ମଞ୍ଚେଶ୍ୱର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର ପରେ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ୍‌‌ ହସପିଟାଲକୁ ପଠାଇଛି। ଏବେ ଅର୍ଣ୍ଣବଙ୍କ ମୃତଦେହ କ୍ୟାପିଟାଲ ହସପିଟାଲରେ ରହିଛି ଏବଂ ତାଙ୍କ ପରିବାର ସଦସ୍ୟ ଆସିବା ପରେ ବ୍ୟବଚ୍ଛେଦ କରାଯିବ ବୋଲି ପୁଲିସ ସୂଚନା ମିଳିଛି। ଅପମୃତ୍ୟୁ ମାମଲା ରୁଜୁ କରି ମଞ୍ଚେଶ୍ବର ପୋଲିସର ତଦନ୍ତ ଜାରି ରଖିଥିବା ବେଳେ ଅର୍ଣ୍ଣବଙ୍କ ମୃତ୍ୟୁ ନେଇ କିଟ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।

ଏବେ ସାଧାରଣରେ ପ୍ରଶ୍ନ ଉଠୁଛି କିଟ୍‌‌ ବିଶ୍ୱବିଦ୍ୟାଳୟର ହଷ୍ଟେଲ୍‌‌ରେ ରହି ଅର୍ଣ୍ଣବ ପାଠ ପଢୁଥିଲେ। ହଷ୍ଟେଲରୁ କେମିତି ଆସିଲେ ମଞ୍ଚେଶ୍ୱର ଏବଂ ନିର୍ମାଣଧିନ କୋଠାକୁ କାହିଁକି ଯାଇଥିଲେ। ସେଠାରେ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ଘଟିଲା।

Leave A Reply

Your email address will not be published.