ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଓଡ଼ିଶା ଦିବସ ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

0

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟବାସୀଙ୍କୁ ସୋସିଆଲ ମିଡିଆ ଏକ୍ସରେ ଶୁଭେଚ୍ଛା ଜଣାଇ କହିଛନ୍ତି,”ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଯେ ସମୃଦ୍ଧ, ସାଂସ୍କୃତିକ ଐତିହ୍ୟ ଏବଂ ଅବଦାନକୁ ମନେପକାଇବାର ଦିନ। ଓଡ଼ିଶାବାସୀ ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି। ଭାରତୀୟ ସ୍ୱାଧୀନତାରେ ଓଡ଼ିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ ଓଡ଼ିଶା ରାଜ୍ୟ ଜନ୍ମ ଦେଇଛି। ଓଡ଼ିଶାର ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ରାଷ୍ଟ୍ରପତି ପ୍ରକାଶ କରିଛନ୍ତି।

ଏହା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସୋସିଆଲ ମିଡିଆ ଏକ୍ସରେ ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,”ଉତ୍କଳ ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା। ଏହି ଦିବସ ଓଡ଼ିଶାର ସମୃଦ୍ଧ,ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ। ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଙ୍ଗୀତକୁ ନେଇ ଭାରତ ଗର୍ବିତ। ଓଡ଼ିଶାର ଲୋକମାନେ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି। ଗତ ଏକ ବର୍ଷ ଧରି କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ଆହୁରି ପ୍ରଗତି ପାଇଁ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି।”

Leave A Reply

Your email address will not be published.