ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଓଡ଼ିଶା ଦିବସ ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

0

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟବାସୀଙ୍କୁ ସୋସିଆଲ ମିଡିଆ ଏକ୍ସରେ ଶୁଭେଚ୍ଛା ଜଣାଇ କହିଛନ୍ତି,”ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଯେ ସମୃଦ୍ଧ, ସାଂସ୍କୃତିକ ଐତିହ୍ୟ ଏବଂ ଅବଦାନକୁ ମନେପକାଇବାର ଦିନ। ଓଡ଼ିଶାବାସୀ ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି। ଭାରତୀୟ ସ୍ୱାଧୀନତାରେ ଓଡ଼ିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ ଓଡ଼ିଶା ରାଜ୍ୟ ଜନ୍ମ ଦେଇଛି। ଓଡ଼ିଶାର ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ରାଷ୍ଟ୍ରପତି ପ୍ରକାଶ କରିଛନ୍ତି।

ଏହା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସୋସିଆଲ ମିଡିଆ ଏକ୍ସରେ ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,”ଉତ୍କଳ ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା। ଏହି ଦିବସ ଓଡ଼ିଶାର ସମୃଦ୍ଧ,ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ। ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଙ୍ଗୀତକୁ ନେଇ ଭାରତ ଗର୍ବିତ। ଓଡ଼ିଶାର ଲୋକମାନେ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି। ଗତ ଏକ ବର୍ଷ ଧରି କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ଆହୁରି ପ୍ରଗତି ପାଇଁ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି।”

Leave A Reply

Your email address will not be published.