ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ଆସନ୍ତାକାଲିଠୁ +୨ ଖାତା ଦେଖା ଆରମ୍ଭ

0

ମେ’ ୧୫ ସୁଦ୍ଧା ରେଜଲ୍ଟ
ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ୍‌ ବୁଧବାର ଠାରୁ +୨ ଖାତା ଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଏକ ସଙ୍ଗେ ବାହାରିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ କହିଛନ୍ତି।

ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଅନୁସାରେ, ଚଳିତ ବର୍ଷ ଏପ୍ରିଲ ୨ ଠାରୁ ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ମେ ୧୫ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ । ଗୋଟିଏ ଦିନରେ ହିଁ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ପ୍ରକାଶ କରାଯିବ।

ସେ ଆହୁରି କହିଛନ୍ତି ଯେ, ଖାତା ଦେଖା ପାଇଁ ପ୍ରାଥମିକ ପର୍ଯ୍ୟାୟରେ ୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ନିଯୁକ୍ତ ହୋଇଛନ୍ତି। ସେମାନଙ୍କ ସୁବିଧା ଦୃଷ୍ଟିରୁ ନିଜ ଜିଲ୍ଲାରେ ହୋଇଥିବା ମୂଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖିବା ପାଇଁ ନିୟୋଜିତ କରାଯାଇଛି। ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା ଦେଖା ହେବ। ଅତ୍ୟଧିକ ଖରା ଓ ମୂଲ୍ୟାଙ୍କନ କେନ୍ଦ୍ରର ଦୂରତା ଯୋଗୁ ଯେପରି କୌଣସି ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିବାକୁ ଆସିବା ଅସୁବିଧା ନହେବ ସେଥିପାଇଁ ମୂଲ୍ୟାଙ୍କନ କେନ୍ଦ୍ର ବଢ଼ାଯାଇଛି।

ସେ ଆହୁରି କହିଛନ୍ତି, ଯଦି କୌଣସି ଭୁଲ ନ ଥାଇ ତ୍ରୁଟିପୂର୍ଣ୍ଣ ଭାବେ କେହି ଛାତ୍ର ମାଲପ୍ରାକ୍ଟିସରେ ବୁକ ହୋଇଥିବେ ତେବେ ସେମାନଙ୍କ ପରୀକ୍ଷା ଫଳ ସାଧାରଣ ପରୀକ୍ଷାର୍ଥୀଙ୍କ ସହ ଏକାସାଙ୍ଗରେ ପ୍ରକାଶ ପାଇବ। କାଉନସିଲ ଦ୍ୱାରା ଗଠିତ ସ୍ୱତନ୍ତ୍ର କମିଟିର ଯାଞ୍ଚରେ ଏମପିରେ ବୁକ ହୋଇଥିବା ଛାତ୍ରଛାତ୍ରୀ ନିଜର ପକ୍ଷ ରଖିବେ।

Leave A Reply

Your email address will not be published.