ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର

0

ଭୁବନେଶ୍ବର: ଅଧିକ କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର୍ ଆଶଙ୍କା। ବିଧାନସଭାରେ କିଛି ଏପରି ମନ୍ତବ୍ୟ ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ବଲାଙ୍ଗୀର ଓ ଅବିଭକ୍ତ ସମ୍ବଲପୁର ଜିଲ୍ଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବଢୁଥିବା ନେଇ ମନ୍ତ୍ରୀ ଚିନ୍ତା ପ୍ରକଟ କରିଥିବା ବେଳେ, ଏହା କାରଣ ଫସଲରେ କୀଟନାଶକ ଛିଞ୍ଚନ କରିବାକୁ ଦାୟୀ କରିଛନ୍ତି।

ମନ୍ତ୍ରୀଙ୍କ କହିବାନୁଯାୟୀ, ବଲାଙ୍ଗୀର ଓ ଅବିଭକ୍ତ ସମ୍ବଲପୁର ଜିଲ୍ଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବଢୁଥିବାର ମୁଖ୍ୟ କାରଣ ହେଉଛି ଫସଲରେ ଅଧିକ କୀଟନାଶକ ବ୍ୟବହାର କରାଯାଉଛି। ଯେଉଁଥିରେ ଜମିର ଗୁଣବତ୍ତା ନଷ୍ଟ ହେଉଛି ଓ କ୍ୟାନସର୍ ଭଳି ରୋଗ ବ୍ୟାପୁଛି। ଏଥିପାଇଁ ବଳଭଦ୍ର ଜୈବିକ ମିଶନକୁ ଗୁରୁତ୍ବ ଦିଆଯାଉଛି ବୋଲି ମନ୍ତ୍ରୀ କହିଛନ୍ତି। ଜୈବିକ ଚାଷ କ୍ଷେତ୍ରଫଳ ବୃଦ୍ଧି ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଏଣୁ ଏନେଇ ଅଧିକ ସଚେତନାତା ଜାରି କରାଯି। ଜୈବିକ ଚାଷ ନେଇ ଚାଷୀ ଭାଇ ମାନଙ୍କୁ ଅଧିକ ଅବଗତ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ତେବେ ଆଜି ଗୃହରେ ଉପମୁଖ୍ୟମନ୍ତ୍ରୀଙ୍କ ପାଇଁ ଏହି ଉତ୍ତର ରଖିଥିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

Leave A Reply

Your email address will not be published.