ଭୁବନେଶ୍ବର: ରାଜଧାନୀରେ ବୁଲିଲା ଖଣ୍ଡା। ଏଥିରେ ୨ ଯୁବକ ଗୁରୁତର ହୋଇଛନ୍ତି। ଖଣ୍ଡଗିରି ଥାନା ପାତ୍ରପଡ଼ାରେ ୨ ଯୁବକଙ୍କୁ ହାଣି ପକାଇଛନ୍ତି। କମେଣ୍ଟ ମରା ଓ ପୂର୍ବ ଶତ୍ରୁତାରୁ ୨ଜଣ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି। କିଛି ଯୁବକ ଖଣ୍ଡଗିରି ଥାନା ପାତ୍ରପଡ଼ାରେ ୨ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରି ଖଣ୍ଡାରେ ହାଣି ପକାଇଛନ୍ତି। ସେମାନଙ୍କୁ ଗୁରୁତର ଭାବେ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। ଆକ୍ରମଣରେ ଗୁରୁତର ହୋଇଥିବା ୨ଜଣ ଯୁବକଙ୍କୁ ଭୁବନେଶ୍ୱର ଏମ୍ସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଖବର ପାଇ ଖଣ୍ଡଗିରି ପୁଲିସ ଘଟଣାସ୍ଥଳ ପରିଦର୍ଶନ ସହ ଛାନଭିନ କରିଛି। କମେଣ୍ଟ ମରା ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ଜଣ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ପୁଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଛି। ତେବେ ଅଭିଯୁକ୍ତମାନଙ୍କୁ ଗିରଫ ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ସହ ତଦନ୍ତ ପ୍ରକ୍ରିୟା ଜାରି ରହିଛି ବୋଲି ଖଣ୍ଡଗିରି ପୁଲିସ ସୂଚନା ଦେଇଛି।
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ