ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ଗିରଫ ହେଲେ ସହକାରୀ ଯନ୍ତ୍ରୀ ନରେଶ ଦାସ

0

ଭୁବନେଶ୍ବର: ଗିରଫ ହେଲେ ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନରେଶ କୁମାର ଦାସ। ଲାଞ୍ଚ ନେବା ଅଭିଯୋଗରେ ନରେଶ କୁମାର ଦାସଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତକାଲି କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ଅଧିକାରୀଙ୍କ ହାତରେ ଧରା ପଡିଥିଲେ ନରେଶ।

ସୂଚନା ଅନୁସାରେ, ପ୍ରାୟ ୭ ଲକ୍ଷ ମୂଲ୍ୟର ବଳକା ଥିବା ବିଲ୍ କରାଇବା ପାଇଁ ଭୁବନେଶ୍ୱରର ଜଣେ ଠିକାଦାରଙ୍କଠାରୁ ୧ ଲକ୍ଷ ଲାଞ୍ଚ ଦାବି କରିଥିଲେ ସହକାରୀ ଯନ୍ତ୍ରୀ ନରେଶ କୁମାର ଦାସ। ଏନେଇ ଭିଜିଲାନ୍ସ ବିଭାଗର ଦ୍ଵାରସ୍ଥ ହୋଇଥିଲେ ଉକ୍ତ ଠିକାଦାର ଜଣଙ୍କ। ଉକ୍ତ ଅଭିଯୋଗ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଗତକାଲି ଭିଜିଲାନ୍ସ ଅଧିକାରୀମାନେ ଜାଲ ବିଛାଇ ଥିଲେ ଏବଂ ଶ୍ରୀ ଦାସ୍ ଲାଞ୍ଚ ଗ୍ରହଣ କରୁଥିବା ସମୟରେ ତାଙ୍କୁ ଗିରଫ କରିଥିଲେ। ଭିଜିଲାନ୍ସ ଦାସଙ୍କଠାରୁ ୧.୨୬ ଲକ୍ଷ ନଗଦ ଟଙ୍କା ଜବତ କରିଥିଲା। ଏହା ପରେ, ଭିଜିଲାନ୍ସ ତାଙ୍କ ବାସଭବନ ଏବଂ ଅନ୍ୟାନ୍ୟ ସ୍ଥାନରେ ଚଢାଉ କରିଥିଲା। ଏନେଇ ଅଭିଯୁକ୍ତ ଦାସଙ୍କ ବିରୁଦ୍ଧରେ ଭୁବନେଶ୍ୱର ଭିଜିଲାନ୍ସ ପିଏସ୍ କେସ୍ ୫/୨୦୨୫ ୟୁ/ଏସ୍-୭ପିସି (ସଂଶୋଧନ) ଆଇନ, ୨୦୧୮ ରୁଜୁ କରାଯାଇଛି। ମାମଲାର ଅଧିକ ତଦନ୍ତ ଜାରି ରହିଛି।

Leave A Reply

Your email address will not be published.