ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଓଡିଶାର ୨ଟି ରେଳ ପ୍ରକଳ୍ପକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ

0

ଭୁବନେଶ୍ବର: ଓଡ଼ିଶାରେ ଦୁଇଟି ପ୍ରକଳ୍ପ ସହ ଭାରତୀୟ ରେଳବାଇରେ ଚାରୋଟି ମଲ୍ଟିଟ୍ରାକିଙ୍ଗ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି ମିଳିଛି। କେନ୍ଦ୍ର ସରକାରଙ୍କ ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ୍ କମିଟି (CCEA) ଆଜି ସାରା ଦେଶରେ ୪ଟି ରେଳ ପ୍ରକଳ୍ପ ମଞ୍ଜୁର କରିଥିବା ବେଳେ, ସେଥିରୁ ୨ଟି ପ୍ରକଳ୍ପ ଓଡିଶା ପାଇଁ ରହିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଓଡିଶାର ବିକାଶ ପ୍ରତି ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ରହିଆସିଛି। କେନ୍ଦ୍ର ସରକାର ନିୟମିତ ଭାବରେ ଓଡିଶା ପାଇଁ ଗୁରୁତ୍ୱପୂର୍ଣ୍ଣ ବିକାଶ ପ୍ରକଳ୍ପଗୁଡିକ ମଞ୍ଜୁର କରିବା ତା’ର ପ୍ରମାଣ। ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଓଡ଼ିଶା ନିଶ୍ଚିତ ଭାବେ ଦେଶର ଏକ ଗ୍ରୋଥ୍‌ ଇଞ୍ଜିନ ଭାବେ ବିକଶିତ ହେବ। ଏଥିଲାଗି ମୁଖ୍ୟମନ୍ତ୍ରୀ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।

ତେବେ ଓଡିଶାର ଯେଉଁ ଏହି ୨ଟି ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରି ଦେଇଛି ସେହି ୨ଟି ହେଉଛି ସମ୍ବଲପୁର-ଜରପଡା(ତାଳଚେର, ଅନୁଗୋଳ) ତୃତୀୟ ଓ ଚତୁର୍ଥ ଲାଇନ୍ ଏବଂ ଝାରସୁଗୁଡା-ସାସନ (ସମ୍ବଲପୁର) ତୃତୀୟ ଓ ଚତୁର୍ଥ ଲାଇନ୍ । ସମ୍ବଲପୁର-ଜରପଡା ପ୍ରକଳ୍ପ ପାଇଁ ୩,୯୧୭ କୋଟି ଟଙ୍କା ବିନିଯୋଗ ହେବାକୁ ଥିବାବେଳେ ଝାରସୁଗୁଡା-ସାସନ ପ୍ରକଳ୍ପ ପାଇଁ ୧,୧୮୭ କୋଟି ଟଙ୍କା ବିନିଯୋଗ ହେବ। ଉଭୟ ପ୍ରକଳ୍ପ ପାଇଁ ମୋଟ୍ ୫,୧୦୪ କୋଟି ଟଙ୍କା ବିନିଯୋଗ ହେବ।

ଏହି ମଲ୍ଟିଟ୍ରାକ୍ ପ୍ରକଳ୍ପ ଗୁଡିକ ଦ୍ୱାରା ସମ୍ବଲପୁର, ଅନୁଗୋଳ ଓ ଝାରସୁଗୁଡା ଜିଲ୍ଲା ଗୁଡିକରେ ରେଳ ପରିବହନ କ୍ଷେତ୍ରରେ ବ୍ୟାପକ ଗତିଶୀଳତା ଆସିବ। ଏହି ପ୍ରକଳ୍ପ ଗୁଡିକ ରେଳ ପରିଚାଳନାକୁ ସହଜ କରିବା ସହିତ ଭିଡ ହ୍ରାସ କରିବ। ପ୍ରଧାନମନ୍ତ୍ରୀଙ୍କ ପିଏମ୍ ଗତିଶକ୍ତି ଜାତୀୟ ମାଷ୍ଟର ପ୍ଲାନ ଅନୁଯାୟୀ ମଲ୍ଟି ମୋଡାଲ୍ ସଂଯୋଗ ପାଇଁ ଏହି ପ୍ରକଳ୍ପ ଗୁଡିକ କାର୍ଯ୍ୟକାରୀ କରାଯିବ।

Leave A Reply

Your email address will not be published.