ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ସ୍ତ୍ରୀ ନିର୍ଯାତନା ସହି ନ ପାରି ଟ୍ରେନ୍‌‌ ଆଗକୁ ଡେଇଁ ଆତ୍ମହତ୍ୟା କଲେ ସ୍ୱାମୀ

0

ଖୋର୍ଦ୍ଧା: ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ତ୍ରୀ ନିର୍ଯାତନା ସହି ନ ପାରି ସ୍ୱାମୀ ଟ୍ରେନ୍‌‌ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର ପରେ ତଦନ୍ତ ଆରମ୍ଭ କରିଛି।
ମୁଁ ରାମଚନ୍ଦ୍ର ବଡ଼ଜେନା। ମୋ ଘର କୁମ୍ଭାରବସ୍ତ। ମୋ ସ୍ତ୍ରୀ ପାଇଁ ମୁଁ ଆଜି ସୁଇସାଇଡ୍‌ କରୁଛି। ଏମିତି ଏକ ଭିଡିଓ ସୋସିଆଲ ମିଡିଆରେ ଅପ୍‌ଲୋଡ୍‌ କରି ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ କୁମାରବସ୍ତ ଗ୍ରାମରେ। ତେବେ ରାମଚନ୍ଦ୍ରଙ୍କ ଆତ୍ମହତ୍ୟା ପୂର୍ବର ଭିଡିଓ ସହ ସ୍ତ୍ରୀଙ୍କ ସହ ତାଙ୍କ କଥାବାର୍ତ୍ତାର ଏକ ଅଡ଼ିଓ ମଧ୍ୟ ଭାଇରାଲ ହେଉଛି। ଅଡିଓରେ ସ୍ତ୍ରୀ ତାଙ୍କୁ ‘ଆହୁରି ମରିନ’ ବୋଲି କହୁଥିବା ଦେଖାଯାଉଛି।
ସୂଚନାନୁଯାୟୀ, ଶୁକ୍ରବାର ରାତିରେ ଜଙ୍କିଆ ଥାନା ଅନ୍ତର୍ଗତ ନରଣଗଡ଼ ରେଳଧାରଣାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଏହା ରାମଚନ୍ଦ୍ରଙ୍କର ବୋଲି ଜଣାପଡିଥିଲା। ପରେ ମୃତଦେହକୁ ରାମଚନ୍ଦ୍ରଙ୍କ ପରିବାରଲୋକେ ଚିହ୍ନଟ କରିଥିଲେ। ରାମଚନ୍ଦ୍ର ଜଙ୍କିଆ ଥାନା ଅଞ୍ଚଳରେ ବିବାହ କରିଥିଲେ। ତାଙ୍କର ଏକ କନ୍ୟା ସନ୍ତାନ ମଧ୍ୟ ଅଛି। ଗତ କିଛି ବର୍ଷ ଦାମ୍ପତ୍ୟ ଜୀବନ ସୁରୁଖୁରୁରେ ଚାଲିବା ପରେ କଳହ ବଢ଼ିଚାଲିଥିଲା। ଶେଷରେ ସ୍ତ୍ରୀଙ୍କ ନିର୍ଯାତନା ଅସହ୍ୟ ହେଉଥିବା ଦର୍ଶାଇ ମୋବାଇଲରେ ଏକ ଭିଡିଓ ଉତ୍ତୋଳନ କରି ସୋସିଆଲ ମିଡିଆରେ ଶେୟାର କରିଥିଲେ ରାମଚନ୍ଦ୍ର। ପରେ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ। ଖବର ପାଇ ରେଳ ବିଭାଗ ପୋଲିସ ଏବଂ ଜଙ୍କିଆ ଥାନା ମୃତଦେହ ଜବତ କରିଛି।

Leave A Reply

Your email address will not be published.