ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

କାର୍‌ରୁ ୧୩୦ କିଲୋ ଗଞ୍ଜେଇ ଜବତ

0

କନ୍ଧମାଳ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ଏକ କାର୍ ଭିତରୁ ୧୩୦ କିଲୋ ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି। ଏହି ଘଟଣାରେ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଫୁଲବାଣୀ ସଦର ଥାନା ଅନ୍ତର୍ଗତ ଲୁହୂରବାଲି ଗାଁର ଉମେଶ ଚନ୍ଦ୍ର ଦିଗାଲ ଏବଂ ରାଜେଶ କୁମାର ଦିଗାଲ।

ସୂଚନା ଅନୁସାରେ, ଏକ କାରରେ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଫିରିଙ୍ଗିଆ ପୋଲିସକୁ କୌଣସି ସୂତ୍ରରୁ ଖବର ମିଳିଥିଲା। ଥାନା ଅଧିକାରୀ ଗୋପୀନାଥ ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ଥାନାରେ କାର୍ଯ୍ୟରତ ଏସଆଇ ଦୀପକ କୁମାର ରାଉତଙ୍କ ନେତୃତ୍ୱରେ ଏକ ଟିମ୍ ଫୁଲବାଣୀ ବାଲିଗୁଡ଼ା ରାସ୍ତାର ବାଲି କିଡାଡି ଛକ ନିକଟରେ ଜଗି ରହିଥିଲେ।

ସମ୍ପୃକ୍ତ କାରଟି ସେହି ରାସ୍ତା ଦେଇ ଯିବା ବେଳେ ଧରିବାରେ ସଫଳ ହୋଇଥିଲେ। କାର୍ ଭିତରୁ ୧୩୦ କିଲୋ ଗଞ୍ଜେଇ ଜବତ ହୋଇଥିଲା। ଏନେଇ ଫିରିଙ୍ଗିଆ ଥାନାରେ ଏକ ମାମଲା ରୁଜୁ କରାଯାଇଛି। ଜବତ କାର ଓ ଗଞ୍ଜେଇ ସହ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ଗୋପୀନାଥ ପ୍ରଧାନ ସୂଚନା ଦେଇଛନ୍ତି।

Leave A Reply

Your email address will not be published.