ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଆତ୍ମସମର୍ପଣ କଲେ ୩୧ ମାଓବାଦୀ

0

ମାଲକାନଗିରି: ମାଓ ସଂଗଠନକୁ ଲାଗୁଛି ଶକ୍ତ ଝଟ୍‌କା। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୋଲିସ ନିକଟରେ ପୁଣି ୩୧ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଦାନ୍ତେୱାଡା ଏସପିଙ୍କ ନିକଟରେ ୨୬ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି।

ସେହିପରି ନାରାୟଣପୁର ଜିଲ୍ଲା ଏସପିଙ୍କ ନିକଟରେ ୫ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନେ ସମସ୍ତେ ଦକ୍ଷିଣ ବସ୍ତର ମାଓ ସଙ୍ଗଠନରେ ସକ୍ରିୟ ସଦସ୍ୟ ଥିଲେ। ଅନେକ ମାଓ ହିଂସାକାଣ୍ଡରେ ଜଡିତ ଥିଲେ। ଛତିଶଗଡ଼ ସରକାରଙ୍କ ଆତ୍ମସମର୍ପଣ ନୀତିରେ ଆକର୍ଷିତ ହୋଇ ୩୧ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି।

ଗୋଟିଏ ପଟେ ସୁରକ୍ଷାକର୍ମୀଙ୍କ ଅପରେସନ କଗାର ଜୋରଦାର ଚାଲିଥିବା ବେଳେ ଅନେକ ମାଓବାଦୀ ନିହତ ହୋଇଛନ୍ତି। ସରେଣ୍ଡର କରିଥିବା ମାଓବାଦୀଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବାକୁ ସବୁ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେବେ ବୋଲି ଦାନ୍ତେୱାଡା ଏବଂ ନାରାୟଣପୁର ଏସପି କହିଛନ୍ତି।

Leave A Reply

Your email address will not be published.