ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ

0

ପୁରୀ: ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଭୟଙ୍କର ଅଗ୍ନିକାଣ୍ଡ। ହୁତୁହୁତୁ ହୋଇ ଜଳିଗଲା ଟୁରିଷ୍ଟ ବସ୍। ରାସ୍ତାରେ ଛିଡ଼ା ହୋଇଥିବାବେଳେ ଅଚାନକ ଲାଗିଲା ନିଆଁ। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। କେଉଁ କାରଣରୁ ବସ୍‌ରେ ନିଆଁ ଲାଗିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ।
ଖବର ପାଇ ପୋଲିସ ଓ ଦମକଳ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି। ନିଆଁ ଲାଗିବା ପରେ ସମଗ୍ର ଅଞ୍ଚଳ ଧୂଆଁମୟ ହୋଇଯାଇଛି। ସେହିପରି ଆଜି ସକାଳୁ ପୂର୍ତ୍ତବିଭାଗ କାର୍ଯ୍ୟାଳୟ ପଛ ପଟେ ଅଗ୍ନିକାଣ୍ଡ ଘଟିଥିଲା। ହୁତୁ ହୁତୁ ହୋଇ ଜଳିଗଲା ପୁରୁଣା ବ୍ୟାରିକେଡ। ଲୁହା ଓ ପ୍ଳାଷ୍ଟିକ ଓ କାଠରେ ନିର୍ମିତ ବ୍ୟାରିକେଡରେ ନିଆଁ ଲାଗିବାରୁ ସମ୍ପୂର୍ଣ୍ଣ ପରିବେଶ ଧୂଆଁମୟ ହୋଇଯାଇଥିଲା। ହେଲେ କାହାର କିଛି କ୍ଷତି ଘଟିନାହିଁ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

Leave A Reply

Your email address will not be published.