ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବଙ୍ଗୋପସାଗର ରେ ସକ୍ରିୟ ଲଘୁଚାପ କ୍ଷେତ୍ର

0

ଆସନ୍ତା ୫-୬ ଦିନ ଯାଏଁ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା!

ଭୁବନେଶ୍ବର: ଗତକାଲି ଦକ୍ଷିଣ ବଙ୍ଗୋପସାଗର ର କେନ୍ଦ୍ରୀୟ ଭାଗ ରେ ଥିବା ଲଘୁଚାପ କ୍ଷେତ୍ର ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ରେ ସଦୃଶ ଲଘୁଚାପ ରେ ପରିଣତ ହୋଇଛି। ଏହି କ୍ଷେତ୍ର ଟି ଆସନ୍ତା ୨୪ ଘଣ୍ଟା ଯାଏଁ ଉତ୍ତର ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହେବ ଓ ସାମାନ୍ୟ ଘନୀଭୂତ ହୋଇପାରେ। ତେବେ ପରେ ଏହା ରିକର୍ଭ କରି ଉତ୍ତର ଉତ୍ତର ପୂର୍ବ ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରି କ୍ରମଶଃ ଦୁର୍ବଳ ହେବ। କେନ୍ଦ୍ରୀୟ ବଙ୍ଗୋପସାଗର ରେ ଉଇଣ୍ଡ ସ୍ପିଅର ଅଧିକ ରହିଥିବା ହେତୁ ସିଷ୍ଟମ୍ ଟି ଅଧିକ ଘନୀଭୂତ ହେବ ନାହିଁ।

ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ଆକାଶ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ୧୦ ରୁ ୧୩ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶା ଓ ପାର୍ଶ୍ଵବର୍ତ୍ତୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ଆକାଶ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ ବାଲେଶ୍ଵର , ମୟୂରଭଞ୍ଜ, କେଉଁଝର, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କୋରାପୁଟ, ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା। ଏହି ସମୟ ରେ ଘଣ୍ଟା ପ୍ରତି ପ୍ରାୟ ୩୦-୪୦କିମି ପବନ ବହିବାର ସମ୍ଭାବନା ରହିଛି।

ପୁର୍ବାନୁମାନ- ଅଧ୍ୟାପକ ସାର୍ଥକ ମିଶ୍ର

Leave A Reply

Your email address will not be published.