ପ୍ରମୁଖ ଖବର

ଆଇପିଏସ୍‌ସ୍ତରରେ ଅଦଳବଦଳ: ସୁଶାନ୍ତ କୁମାର ନାଥ ହେଲେ ଜେଲ୍ ଡିଜି
ଦିଲ୍ଲୀରେ ପ୍ରବଳ ବର୍ଷା ଓ ଝଡ଼ତୋଫାନ
ଡାକ୍ତରଙ୍କୁ କେବଳ ଜେନେରିକ ଔଷଧ ଲେଖିବା ପାଇଁ ବାଧ୍ୟତାମୂଳକ କରାଯିବା ଉଚିତ: ସୁପ୍ରିମକୋର୍ଟ
ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷା ଫଳ: ଚଳିତ ମାଟ୍ରିକ୍ ରେଜଲ୍ଟରେ ଛାତ୍ରୀ ବାଜିମାରିନେଇଛନ୍ତି । ପାସ୍ ହାର ୯୪.୯୩ ପ୍ରତିଶତ ଥିବାବେଳେ ଛାତ୍ରୀଙ୍କ ପାସ୍ ହାର ୯୬ ପ୍ରତିଶତ ରହିଛି । ପୁଅଙ୍କ ପାସ୍ ହାର ୯୪ ପ୍ରତିଶତ ରହିଛି
କୋରାପୁଟ: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ସିଡିପିଓ ଏବଂ ଅଙ୍ଗନୱାଡି କର୍ମୀ

୨ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

0

ଭୁବନେଶ୍ବର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଓଡ଼ିଶାର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତିର କ୍ରମେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଦିନ ମହଙ୍ଗା ଭତ୍ତା (ଡିଏ) ୨ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି। ଏହି ବୃଦ୍ଧି ସହିତ ସରକାରୀ କର୍ମଚାରୀଙ୍କ ଡିଏ ପୂର୍ବରୁ ଥିବା ୫୩ ପ୍ରତିଶତରୁ ବୃଦ୍ଧି ପାଇ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ। ଦରଦାମ ବୃଦ୍ଧି ବେଳେ ସରକାରୀ ଏବଂ ବେତନଭୋଗୀ କର୍ମଚାରୀଙ୍କ ପାଇଁ ଏକ ବଡ଼ ଆର୍ଥିକ ସହାୟତା ହେବ ବୋଲି ଆଶା କରାଯାଉଛି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ହୋଇଥିବା ବିଜ୍ଞପ୍ତିରେ କୁହାଯାଇଛି ଯେ, ଏହି ନୂଆ ଡିଏ ଜାନୁଆରୀ ୧, ୨୦୨୫ରୁ ପିଛିଲା ଭାବେ ଲାଗୁ ହେବ। କର୍ମଚାରୀମାନେ ଏପ୍ରିଲ ମାସର ଦରମା ସହିତ ଏହି ବର୍ଦ୍ଧିତ ରାଶି ନଗଦରେ ପାଇବେ। ଗତ ଅକ୍ଟୋବର ମାସରେ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଥିଲେ। କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରିଥିଲେ ରାଜ୍ୟ ସରକାର। ଏହା ଫଳରେ ସରକାରୀ କର୍ମଚାରୀଙ୍କ ଡିଏ ୫୦ରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଥିଲା। ୨୦୨୪ ଜୁଲାଇ ପହିଲାରୁ ପିଛିଲା ଭାବେ ଏହା ଲାଗୁ କରାଯାଇଥିଲା। ବର୍ଦ୍ଧିତ ମହଙ୍ଗା ଭତ୍ତା ଗତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିଥିଲା।

ଏହା ସହିତ ରାଜ୍ୟ ସରକାର ପେନସନଭୋଗୀଙ୍କ ପାଇଁ ମହଙ୍ଗା ସହାୟତା (ଟିଆଇ ବା ଅସ୍ଥାୟୀ ବୃଦ୍ଧି)ରେ ମଧ୍ୟ ୨ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ରାଜ୍ୟର ପ୍ରାୟ ୮.୫ ଲକ୍ଷ ସରକାରୀ କର୍ମଚାରୀ ଏବଂ ଅବସରପ୍ରାପ୍ତ ପେନସନଭୋଗୀଙ୍କୁ ଉପକୃତ କରିବ। ଏହି ଘୋଷଣା ରାଜ୍ୟ ସରକାରଙ୍କ କର୍ମଚାରୀ ଏବଂ ବରିଷ୍ଠ ନାଗରିକଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିବ।

Leave A Reply

Your email address will not be published.