ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ

0

ଭୁବନେଶ୍ବର: ରାଜ୍ୟରେ ବହୁପ୍ରତିକ୍ଷିତ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ ହୋଇଛି। କଟକରେ ଏହାର ଶୁଭାରମ୍ଭ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା କରିଛନ୍ତି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ କଟକରେ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା। ପ୍ରାୟ ସାଢ଼େ ୩ କୋଟି ଲୋକଙ୍କୁ ମାଗଣା ଚିକିତ୍ସା ସୁବିଧା ମିଳିବ। ଦେଶର ୨୯ ହଜାରରୁ ଅଧିକ ହସ୍ପିଟାଲରେ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ।
କଟକର ଐତିହାସିକ ବାଲିଯାତ୍ରା ପଡ଼ିଆରେ ଏହାର ଶୁଭାରମ୍ଭ କରାଯାଇଛି। କେନ୍ଦ୍ରମନ୍ତ୍ରୀ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଏହାର ଲୋକାର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଜୁଏଲ ଓରାମ, ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ, ପ୍ରଭାତୀ ପରିଡା ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତ ଥିଲେ। ୧୨ ଜିଲାରେ ମଧ୍ୟ ଏଥିପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ରାଜ୍ୟ ସରକାରଙ୍କ ୧୨ ଜଣ ମନ୍ତ୍ରୀ ଏଥିରେ ଅତିଥି ଭାବେ ଯୋଗଦେଇ ସ୍ୱାସ୍ଥ୍ୟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି।

ସୂଚନାନୁଯାୟୀ, ରାଜ୍ୟରେ ୧.୦୩ କୋଟିରୁ ଊର୍ଦ୍ଧ୍ବ ପରିବାରର ୩.୪୬ କୋଟି ଲୋକଙ୍କ ପାଇଁ ଏହି ଯୋଜନା ସମର୍ପିତ। ପରିବାରର ପ୍ରତ୍ୟେକ ସଦସ୍ୟଙ୍କୁ ମିଳିବ ଯୋଜନାର କାର୍ଡ। ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ୭୦ ବର୍ଷ କିମ୍ବା ୭୦ ବର୍ଷରୁ ଊର୍ଦ୍ଧ୍ବ ବରିଷ୍ଠ ନାଗରିକଙ୍କୁ ମିଳିବ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ବରିଷ୍ଠ ମହିଳାଙ୍କ ପାଇଁ ପରିବାର ପିଛା ବାର୍ଷିକ ଅତିରିକ୍ତ ୫ ଲକ୍ଷ ଟଙ୍କାର ସହାୟତା। ଦେଶର ସବୁ ରାଜ୍ୟର ୨୯ ହଜାରରୁ ଊର୍ଦ୍ଧ୍ବ ସରକାରୀ ଓ ପଞ୍ଜିକୃତ ଘରୋଇ ଚିକିତ୍ସାଳୟରେ ଏହି କାର୍ଡ ଦେଖାଇଲେ ମିଳିବ ମାଗଣା ସ୍ୱାସ୍ଥ୍ୟସେବା। ଓଡ଼ିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ।

ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ଼ ମିଳୁଥିଲା। ଏବେ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ ଲେଖାଏଁ କାର୍ଡ ମିଳିବ। ଏହାଦ୍ୱାରା ରାଜ୍ୟ ବାହାରେ ରହୁଥିବା ହିତାଧିକାରୀମାନଙ୍କୁ ଆଉ ମାଗଣା ସ୍ୱାସ୍ଥ୍ୟସେବା ପାଇବାରେ କୌଣସି ଅସୁବିଧା ହେବନି। ବୟୋବନ୍ଦନା ହିତାଧିକାରୀମାନେ ଅଲଗା ସ୍ୱତନ୍ତ୍ର କାର୍ଡ ପାଇବେ। ପୂର୍ବରୁ ୯୦୦ଟି ତାଲିକାଭୁକ୍ତ ହସ୍ପିଟାଲରେ ସ୍ୱାସ୍ଥ୍ୟସେବା ମିଳୁଥିଲା। ଏବେ ଦେଶର ୨୯ ହଜାର ଅଗ୍ରଣୀ ଘରୋଇ ଏବଂ ସରକାରୀ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ସେବା ମିଳିବ।

Leave A Reply

Your email address will not be published.