ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ଓଡିଶାରେ ପ୍ରତିଷ୍ଠା ହେବ ଆଉ ୪ ମେଡିକାଲ କଲେଜ

0

ଭୁବନେଶ୍ବର: ଓଡ଼ିଶାରେ ଆଉ ଚାରୋଟି ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ସୂଚନା ଦେଇଛନ୍ତି। ରାଜ୍ୟରେ ୧୨ଟି ମେଡିକାଲ କଲେଜ ଅଛି। ଖୁବ୍ ଶୀଘ୍ର ଆଉ ଦୁଇଟି କଲେଜ ଲୋକଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ।
ଏହାବ୍ୟତୀତ ରାଜ୍ୟ ସରକାର ରାଜ୍ୟର ଆଉ ଚାରୋଟି ଜିଲ୍ଲାରେ ମେଡିକାଲ କଲେଜ ସ୍ଥାପନ କରିବେ। ଏନେଇ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ସମୟରେ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।

ସେ ଆହୁରି ମଧ୍ୟ କହିଛନ୍ତି ଯେ ଭଦ୍ରକ, ଜଗତସିଂହପୁର, ଢେଙ୍କାନାଳ ଏବଂ ନବରଙ୍ଗପୁର ଜିଲ୍ଲାରେ ନୂତନ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ। “ରାଜ୍ୟ ସରକାର ୨୦୨୫-୨୬ ବଜେଟରେ ଏଥିପାଇଁ ପାଣ୍ଠି ବ୍ୟୟବରାଦ କରିଛନ୍ତି। ଗତ ୧୦ ମାସରେ ରାଜ୍ୟରେ ମୋଟ ୪,୦୦୦ ଡାକ୍ତର ଏବଂ ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଛି। ସରକାର ଆଗାମୀ ଦିନରେ ୫,୦୦୦ ଅଧିକ ଡାକ୍ତର ଏବଂ ଦନ୍ତ ଚିକିତ୍ସକଙ୍କୁ ନିଯୁକ୍ତି ଦେବା ପାଇଁ ପଦକ୍ଷେପ ନେଉଛନ୍ତି।

Leave A Reply

Your email address will not be published.