ଭୁବନେଶ୍ବର: ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚନ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂତନ କ୍ୟାଲେଣ୍ଡର୍ ଉନ୍ମୋଚିତ କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏହା ପୂର୍ବରୁ ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ମହାପ୍ରଭୁଙ୍କ ନିକଟରେ ଲାଗି ହୋଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି।
ଏହି ଅବସରରେ ରାଜ୍ୟ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ ପାଢୀ ପ୍ରମୁଖ ଉପସ୍ଥିତ ଥିଲେ। ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚନ ପୂର୍ବରୁ ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀଜୀଉଙ୍କ ଦର୍ଶନ କରିଥିଲେ।
ପ୍ରମୁଖ ଖବର
୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍ ୱାର୍ଡେନ୍ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ