ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ,ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

0

ନୂଆଦିଲ୍ଲୀ: ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଗାମୀ ବର୍ଷ ଆପଣଙ୍କ ସ୍ବପ୍ନ ସାକାରର ବର୍ଷ ହେଉ। ଆପଣଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ ବୋଲି ପ୍ରଧାନମନ୍ତ୍ରୀ କାମନା କରିଛନ୍ତି।

ସେହିପରି ରାଷ୍ଟ୍ରପତି ମଧ୍ୟ ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି, ପଣାସଂକ୍ରାନ୍ତି ଆମ ସମାଜକୁ ପ୍ରେମ ଓ ଶାନ୍ତିର ବାର୍ତ୍ତା ଦେଇଥାଏ। ଦେଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ପ୍ରେରଣା ଦେଇଥାଏ। ଏଥିସହିତ ରାଷ୍ଟ୍ରପତି ସମସ୍ତଙ୍କ ସୁଖସମୃଦ୍ଧି କାମନା କରିଛନ୍ତି।

Leave A Reply

Your email address will not be published.