ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ରାଜ୍ୟରେ ପୂରଣ ହେବ ୨୫ ଶହ ହୋମଗାର୍ଡ ପଦବୀ

0

ଭୁବନେଶ୍ବର: ରାଜ୍ୟରେ ୨୫୦୦ ହୋମଗାର୍ଡ ପଦବୀ ପୂରଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି। ୨,୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ୨୦,୧୭୫ ହେଲା।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ। ରାଜ୍ୟ ପୋଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ ୧୨,୦୦୦ ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଛନ୍ତି। କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଥିଲେ ରାଜ୍ୟ ସରକାର ପ୍ରାୟ ୧୨,୦୦୦ ଖାଲି ପୋଲିସ ପଦବୀ ପୂରଣ କରିବେ। ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ତାଙ୍କର ସାକ୍ଷାତ ପରେ ଏହି ଘୋଷଣା କରିଥିଲେ।

ଶାହଙ୍କ ସହ ଆଲୋଚନାରେ ବିଶେଷ କରି ପୋଲିସ ବାହିନୀ ମଧ୍ୟରେ କର୍ମଚାରୀ ଅଭାବକୁ ଦୂର କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଖାଲି ପଦବୀକୁ ପୁରଣ କରିବା ସହିତ, ମୁଖ୍ୟମନ୍ତ୍ରୀ ମାଝୀ ଟ୍ରାଫିକ୍ ପରିଚାଳନା ଏବଂ ସାଇବର ଅପରାଧ ଭଳି ପ୍ରସଙ୍ଗ ଉପରେ ଆଲୋକପାତ କରିଥିଲେ। ରାଜ୍ୟ ସରକାର ସମୟୋଚିତ ନିଯୁକ୍ତି ଉପରେ ଧ୍ୟାନ ଦେଇ ଏହି ସମସ୍ୟାଗୁଡ଼ିକର ସମାଧାନ ପାଇଁ ଏକ ସମନ୍ୱିତ ପ୍ରୟାସ କରୁଛନ୍ତି। ଏହା ବ୍ୟତୀତ, ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ ମାଓ ଆନ୍ଦୋଳନର ସମସ୍ୟା ଯଥେଷ୍ଟ ହ୍ରାସ ପାଇଛି; ବର୍ତ୍ତମାନ କେବଳ ୧୦ଟି ଜିଲ୍ଲାକୁ ପ୍ରଭାବିତ କରୁଛି।

Leave A Reply

Your email address will not be published.