ପ୍ରମୁଖ ଖବର

କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମଙ୍ଗଳବାର ରାତିରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବାତ୍ୟା ମୋନ୍ଥା
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ବାତ୍ୟା ଡ୍ୟୁଟି ବେଳେ ଯୋଗାଣ ସହାୟକଙ୍କ ମୃତ୍ୟୁ
ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି

ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର

0

ଭୁବନେଶ୍ୱର: ଭୁବନେଶ୍ୱରରୁ ଅପହୃତ ହୋଇଥିବା ଶିଶୁ ବାଲେଶ୍ୱରରୁ ଉଦ୍ଧାର କରିଛି ପୋଲିସ। ରାଜଧାନୀର ଖାରବେଳ ନଗର ଥାନା ରାମ ମନ୍ଦିର ସମ୍ମୁଖରୁ ଦୃଷ୍ଟିବାଧିତ ମହିଳାଙ୍କ ଦେଢ ବର୍ଷର ଚୋରି ଶିଶୁପୁତ୍ରକୁ ଖନ୍ତାପଡା ଥାନା ବୋଇତା ଗାଁରୁ ଉଦ୍ଧାର କରିଛି ପୋଲିସ। ଏଥିସସହ ଶିଶୁ ଅପହରଣକାରୀକୁ ଗିରଫ କରିଛି ପୋଲିସ। ଅପହରଣ ୫୦ ଘଣ୍ଟା ପରେ ପ୍ରାୟ ୮ଟି ସିସିଟିଭି ଯାଞ୍ଚ ପରେ ପୋଲିସକୁ ମିଳିଛି ଏହି ସଫଳତା।
ବାଲେଶ୍ୱରରେ ପିଲା ଚୋରକୁ ଧରିଲା ପୋଲିସ। ଶନିବାର ବିଳମ୍ବିତ ରାତିରେ ରାମ ମନ୍ଦିର ସମ୍ମୁଖରୁ ଚୋରି ହୋଇଥିଲା ଶିଶୁ। ଦୃଷ୍ଟିବାଧିତ ମାଆ କୋଳରୁ ହୋଇଥିଲା ଶିଶୁ ଚୋରି। ଶିଶୁପୁତ୍ରକୁ ଉଦ୍ଧାର ସହ ଅପହରଣକାରୀ ଗିରଫ। ତେବେ ଶିଶୁପୁତ୍ର ଅପହରଣ ଘଟଣାରେ ସାମ୍ନାକୁ ଆସିଲା ସିସିଟିଭି ଚିତ୍ର। ଅପହରଣକାରୀ ଶିଶୁପୁତ୍ରକୁ ଧରି ଭୁବନେଶ୍ବର ରେଳଷ୍ଟେସନ ଭିତରକୁ ଯାଇଥିବା ସିସିଟିଭି ଫୁଟେଜରୁ ଜଣାପଡିଥିଲା। ସ୍ୱତନ୍ତ୍ର ଟିମ୍ ଗଠନ କରି ତନାଘନା ଚଳାଇଥିଲା ପୋଲିସ। ଗତ ପାଞ୍ଚ ବର୍ଷ ହେବ ଶିଶୁର ମାଆ ରାମ ମନ୍ଦିର ଆଗରେ ଭିକ୍ଷା ବୃତ୍ତି କରୁଛନ୍ତି।

ସୂଚନା ଅନୁସାରେ ଶନିବାର ବିଳମ୍ବିତ ରାତିରେ ଭୁବନେଶ୍ବର ଜନପଥରୁ ଦେଢ଼ ବର୍ଷର ଶିଶୁ ପୁତ୍ର ଚୋରି ଅଭିଯୋଗ ହୋଇଥିଲା। ବିସ୍କୁଟ, ଜୁସ୍ ଏବଂ ମୋବାଇଲ ଲୋଭ ଦେଖାଇ ମାଆ କୋଳରୁ ଶିଶୁ ପୁତ୍ରକୁ ନେଇ ଯାଇଥିଲେ ଦୁର୍ବୃତ୍ତ। ଏଭଳି ଅଭିଯୋଗ ଆଣିଥିଲେ ମନ୍ଦିର ଆଗରେ ଭିକ୍ଷାବୃତ୍ତି କରୁଥିବା ଜଣେ ଦୃଷ୍ଟି ବାଧିତ ମହିଳା ଜୟନ୍ତୀ। ରାତି ପ୍ରାୟ ୨ଟା ବେଳେ ଘଟିଥିଲା ଏଭଳି ଘଟଣା। ମହିଳା ଜଣକ ଏ ନେଇ ଖାରବେଳେନଗର ଥାନାରେ ଦ୍ୱାରସ୍ଥ ହୋଇଥିଲେ। ରାମ ମନ୍ଦିର ସାମ୍ନାରେ ଶୋଇଥିବା ବେଳେ ଯେତେବେଳେ ନିଦ ଭାଙ୍ଗିଲା ଶିଶୁପୁତ୍ରଟିକୁ ସେ ପାଇନଥିଲେ। ଶିଶୁପୁତ୍ର ନିଖୋଜ ଥିବା ନେଇ ସେ ଥାନାରେ ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ଅସହାୟ ମହିଳାଙ୍କ ପୁତ୍ରକୁ ଖୋଜିବାକୁ ଛାନଭିନ ଆରମ୍ଭ କରିଥିଲା।

Leave A Reply

Your email address will not be published.