ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର

0

ଭୁବନେଶ୍ୱର: ଭୁବନେଶ୍ୱରରୁ ଅପହୃତ ହୋଇଥିବା ଶିଶୁ ବାଲେଶ୍ୱରରୁ ଉଦ୍ଧାର କରିଛି ପୋଲିସ। ରାଜଧାନୀର ଖାରବେଳ ନଗର ଥାନା ରାମ ମନ୍ଦିର ସମ୍ମୁଖରୁ ଦୃଷ୍ଟିବାଧିତ ମହିଳାଙ୍କ ଦେଢ ବର୍ଷର ଚୋରି ଶିଶୁପୁତ୍ରକୁ ଖନ୍ତାପଡା ଥାନା ବୋଇତା ଗାଁରୁ ଉଦ୍ଧାର କରିଛି ପୋଲିସ। ଏଥିସସହ ଶିଶୁ ଅପହରଣକାରୀକୁ ଗିରଫ କରିଛି ପୋଲିସ। ଅପହରଣ ୫୦ ଘଣ୍ଟା ପରେ ପ୍ରାୟ ୮ଟି ସିସିଟିଭି ଯାଞ୍ଚ ପରେ ପୋଲିସକୁ ମିଳିଛି ଏହି ସଫଳତା।
ବାଲେଶ୍ୱରରେ ପିଲା ଚୋରକୁ ଧରିଲା ପୋଲିସ। ଶନିବାର ବିଳମ୍ବିତ ରାତିରେ ରାମ ମନ୍ଦିର ସମ୍ମୁଖରୁ ଚୋରି ହୋଇଥିଲା ଶିଶୁ। ଦୃଷ୍ଟିବାଧିତ ମାଆ କୋଳରୁ ହୋଇଥିଲା ଶିଶୁ ଚୋରି। ଶିଶୁପୁତ୍ରକୁ ଉଦ୍ଧାର ସହ ଅପହରଣକାରୀ ଗିରଫ। ତେବେ ଶିଶୁପୁତ୍ର ଅପହରଣ ଘଟଣାରେ ସାମ୍ନାକୁ ଆସିଲା ସିସିଟିଭି ଚିତ୍ର। ଅପହରଣକାରୀ ଶିଶୁପୁତ୍ରକୁ ଧରି ଭୁବନେଶ୍ବର ରେଳଷ୍ଟେସନ ଭିତରକୁ ଯାଇଥିବା ସିସିଟିଭି ଫୁଟେଜରୁ ଜଣାପଡିଥିଲା। ସ୍ୱତନ୍ତ୍ର ଟିମ୍ ଗଠନ କରି ତନାଘନା ଚଳାଇଥିଲା ପୋଲିସ। ଗତ ପାଞ୍ଚ ବର୍ଷ ହେବ ଶିଶୁର ମାଆ ରାମ ମନ୍ଦିର ଆଗରେ ଭିକ୍ଷା ବୃତ୍ତି କରୁଛନ୍ତି।

ସୂଚନା ଅନୁସାରେ ଶନିବାର ବିଳମ୍ବିତ ରାତିରେ ଭୁବନେଶ୍ବର ଜନପଥରୁ ଦେଢ଼ ବର୍ଷର ଶିଶୁ ପୁତ୍ର ଚୋରି ଅଭିଯୋଗ ହୋଇଥିଲା। ବିସ୍କୁଟ, ଜୁସ୍ ଏବଂ ମୋବାଇଲ ଲୋଭ ଦେଖାଇ ମାଆ କୋଳରୁ ଶିଶୁ ପୁତ୍ରକୁ ନେଇ ଯାଇଥିଲେ ଦୁର୍ବୃତ୍ତ। ଏଭଳି ଅଭିଯୋଗ ଆଣିଥିଲେ ମନ୍ଦିର ଆଗରେ ଭିକ୍ଷାବୃତ୍ତି କରୁଥିବା ଜଣେ ଦୃଷ୍ଟି ବାଧିତ ମହିଳା ଜୟନ୍ତୀ। ରାତି ପ୍ରାୟ ୨ଟା ବେଳେ ଘଟିଥିଲା ଏଭଳି ଘଟଣା। ମହିଳା ଜଣକ ଏ ନେଇ ଖାରବେଳେନଗର ଥାନାରେ ଦ୍ୱାରସ୍ଥ ହୋଇଥିଲେ। ରାମ ମନ୍ଦିର ସାମ୍ନାରେ ଶୋଇଥିବା ବେଳେ ଯେତେବେଳେ ନିଦ ଭାଙ୍ଗିଲା ଶିଶୁପୁତ୍ରଟିକୁ ସେ ପାଇନଥିଲେ। ଶିଶୁପୁତ୍ର ନିଖୋଜ ଥିବା ନେଇ ସେ ଥାନାରେ ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ଅସହାୟ ମହିଳାଙ୍କ ପୁତ୍ରକୁ ଖୋଜିବାକୁ ଛାନଭିନ ଆରମ୍ଭ କରିଥିଲା।

Leave A Reply

Your email address will not be published.