ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ବିଜୁବାବୁଙ୍କ ପ୍ରତିମୂତ୍ତି ପୋଡି ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

0

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ ରୁଗ୍‍ଣ ମାନସିକତାର ବ୍ୟକ୍ତି ହୋଇଥିବେ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଏ ଘଟଣାରେ ଜଣେ ବ୍ୟକ୍ତି ଗିରଫ ମଧ୍ୟ ହୋଇ ସାରିଛନ୍ତି। ଯଦି ଏହି ଘଟଣା ପଛରେ କିଛି ଷଡଯନ୍ତ୍ର ଥାଏ, ତେବେ ଏହାର ମଧ୍ୟ ପର୍ଦ୍ଦାଫାସ୍ କରିବାକୁ ମୁଖ୍ୟମନ୍ତ୍ରୀ ଦୃଢ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ସମସ୍ତ ବରପୁତ୍ରଙ୍କୁ ରାଜ୍ୟ ସରକାର ସମ୍ମାନ ଦେବାରେ ବିଶ୍ୱାସ କରନ୍ତି ଓ ପୂଜ୍ୟପୂଜା ପାଇଁ ସମସ୍ତ ପଦକ୍ଷେପ ନେଇ ଆସୁଛନ୍ତି। ବିଜୁବାବୁଙ୍କ ପ୍ରତି ତାଙ୍କର ବ୍ୟକ୍ତିଗତ ଭାବେ ଗଭୀର ସମ୍ମାନ ରହି ଆସିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ନିକଟରେ ମାର୍ଚ୍ଚ ୫ରେ ବିଜୁବାବୁଙ୍କ ଜୟନ୍ତୀକୁ ରାଜ୍ୟ ସ୍ତରରେ ବିପୁଳ ଉତ୍ସାହର ସହ ପାଳନ କରାଯାଇଥିଲା। ସେଥିରେ ସେ ନିଜେ ଯୋଗଦେଇ ବିଜୁବାବୁଙ୍କ ସ୍ମୃତିଚାରଣ କରିଥିଲେ। ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ମଧ୍ୟ ଏପ୍ରିଲ ୧୭ରେ ପାଳନ କରାଯିବ।

Leave A Reply

Your email address will not be published.