ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର

ଜଷ୍ଟିସ ବି.ଆର. ଗଭାଇ ହେବେ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି

0

ନୂଆଦିଲ୍ଲୀ: ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇ ହେବେ ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ସିଜେଆଇ ଜଷ୍ଟିସ୍ ସଞ୍ଜୀବ ଖାନ୍ନା ବୁଧବାର ସୁପ୍ରିମକୋର୍ଟର ସବୁଠାରୁ ବରିଷ୍ଠ ବିଚାରପତି ବି.ଆର. ଗଭଇଙ୍କୁ ତାଙ୍କ ଉତ୍ତରାଧିକାରୀ କରିବାକୁ ସୁପାରିଶ କରିଛନ୍ତି। ୫୨ତମ ପ୍ରଧାନ ବିଚାରପତି ଭାବେ ଦାୟିତ୍ବ ନେବେ ଜଷ୍ଟିସ ଗଭାଇ।

ଜଷ୍ଟିସ ଗଭାଇଙ୍କ ନାମକୁ ସୁପାରିସ କଲେ ସିଜେଆଇ ସଞ୍ଜୀବ ଖାନ୍ନା। ତାଙ୍କ ନାମକୁ ଆଇନ ମନ୍ତ୍ରାଳୟ ନିକଟକୁ ନାଁ ପଠାଇଲେ ସିଜେଆଇ ଖାନ୍ନା। ଆସନ୍ତା ମେ ୧୪ରେ ସିଜେଆଇ ଭାବେ ଶପଥ ନେବେ ଜଷ୍ଟିସ ଗଭାଇ। ଜଷ୍ଟିସ ଭୂଷଣ ରାମକ୍ରିଷ୍ଣା ଗଭାଇ ଦୀର୍ଘ ଦିନ ଧରି ବିଚାରପତି ଅଛନ୍ତି। ଆସନ୍ତା ମେ ୧୩ରେ ଅବସର ନେବେ ସିଜେଆଇ ସଞ୍ଜୀବ ଖାନ୍ନା। ତା ପରଦିନ ନୂଆ ସିଜେଆଇ ଭାବେ ଶପଥ ନେବେ ଗଭାଇ। ତେବେ ପରବର୍ତ୍ତୀ ସିଜେଆଇ କିଏ ହେବେ ସେନେଇ ଜଷ୍ଟିସ ଖାନ୍ନାଙ୍କୁ ପ୍ରସ୍ତାବ ମାଗିଥିଲା କେନ୍ଦ୍ର ଆଇନ ମନ୍ତ୍ରାଳୟ। ତେବେ ଜଷ୍ଟିସ ଗଭାଇ କେବଳ ୬ ମାସ ଲାଗି ସିଜେଆଇ ପଦ ସମ୍ଭାଳିବେ। ଆସନ୍ତା ନଭେମ୍ବର ୨୫ରେ ତାଙ୍କ କାର୍ଯ୍ଯକାଳ ଶେଷ ହେବ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ବର୍ତ୍ତମାନର ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନାଙ୍କ କାର୍ଯ୍ୟକାଳ ମେ’ ୧୩ ତାରିଖରେ ଶେଷ ହେଉଛି।

Leave A Reply

Your email address will not be published.